ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ

ସୁନ୍ଦରଗଡ଼,୦୮/୦୯: ତଣ୍ଟି କାଟି ଯୁବକଙ୍କୁ ହତ୍ୟା ଅଭିଯୋଗ । ଏକ ଧାରୁଆ ଅସ୍ତ୍ରରେ ଯୁବକଙ୍କ ତଣ୍ଟି କଟା ଯାଇଥିବା ଜଣାପଡ଼ିଛି ।ଧରୁଆଡିହି ଥାନା ଅନ୍ତର୍ଗତ ବାବୁପଡ଼ା ପଡ଼ିଆରେ ମିଳିଲା ଯୁବକଙ୍କ ମୃତଦେହ । ମୃତକ ଲେଢ଼ିମଙ୍ଗ ଗାଁର ଭୀମସେନ କମାର ବୋଲି ଜଣାପଡ଼ିଛି । ସୁନ୍ଦରଗଡ଼ ଜିଲ୍ଲା ଧରୁଆଡିହି ଥାନା ଅନ୍ତର୍ଗତ ବାବୁପଡ଼ାରେ ଏଭଳି ଘଟଣା ଘଟିଛି । 

ସୂଚନା ଅନୁଯାୟୀ, ଜଣେ ଯୁବକଙ୍କ ମୃତଦେହ ବାବୁପଡ଼ା ପଡ଼ିଆରୁ ଉଦ୍ଧାର କରାଯାଇଛି । ଉକ୍ତ ଯୁବକଙ୍କ ତଣ୍ଟିକୁ ଏକ ଧାରୁଆ ଅସ୍ତ୍ରରେ କଟା ଯାଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ମୃତଦେହକୁ ସ୍ଥାନୀୟଲୋକେ ବାବୁପଡ଼ା ପଡିଆରେ ପଡ଼ିଥିବାର ଦେଖିବାକୁ ପାଇଥିଲେ । ଏହା ଦେଖି ପୋଲିସକୁ ଏ ସମ୍ପର୍କରେ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଧରୁଆଡିହି ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ କିଏ ଏବଂ କାହିଁକି ତାଙ୍କୁ ହତ୍ୟା କରିଛି ତାହା ଜଣାପଡ଼ିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ ଯୁବକଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.