ଭୁବନେଶ୍ୱର ୨୩/୧୨: ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା। ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦଵୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ। ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି।
ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର। ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନଥିଲେ। ସେହି ବିଜ୍ଞପ୍ତି ଅନୁଯାୟୀ ଖାଲି ଥିବା ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ। ପରୀକ୍ଷା ଦେଇ ମେଧା ତାଲିକାରେ ଥିବା ପ୍ରାର୍ଥୀଙ୍କୁ ସୁଯୋଗ ଦେବାକୁ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡିଶା ହାଇକୋର୍ଟ।