ପ୍ରମୂଖ ଖବର
  • ବେଆଇନ୍ ବେଟିଂ ଆପ୍ ମାମଲା, ଅନେକ ସାଉଥ୍ ସେଲିବ୍ରିଟିଙ୍କୁ ସମନ ପଠାଇଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ
  • ||
  • ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍. ଅଚ୍ୟୁତାନନ୍ଦନଙ୍କ ୧୦୧ ବର୍ଷରେ ପରଲୋକ
  • ||
  • ମୁମ୍ବାଇ ଏୟାରପୋର୍ଟରେ ଅଘଟଣ, ଅବତରଣ ବେଳେ ରନୱେରୁ ତଳକୁ ଖସିଗଲା ଏୟାର ଇଣ୍ଡିଆ ବିମାନ
  • ||
  • ଦୁଷ୍କର୍ମ ଅଭିଯୋଗରେ ଉଦିତ ପ୍ରଧାନ ଗିରଫ ଘଟଣା। ପୀଡ଼ିତାଙ୍କ ବୟାନ ରେକର୍ଡ
  • ||
  • ଢ଼ାକାରେ ଖସି ପଡ଼ିଲା ଏଫ୍‌-୭ ଟ୍ରେନିଂ ବିମାନ, ଦୁର୍ଘଟଣାରେ ଜଣେ ମୃତ, ଉଦ୍ଧାରକାର୍ଯ୍ୟ ଜାରି
  • ||
  • କଟକ : ପରିବାରର ୩ ଜଣଙ୍କୁ ହତ୍ୟା ମାମଲା; ପ୍ରମାଣ ଅଭାବରୁ ଫାଶୀ ଦଣ୍ଡାଦେଶ ରଦ୍ଦ,୨ ଆସାମୀ ନିର୍ଦ୍ଦୋଷରେ ଖଲାସ
  • ||
  • ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଘଟଣା,ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା
  • ||
  • ଆରଏସପିରେ ଅଘଟଣ, ଶାବଳ ବାଜି ଠିକା ଶ୍ରମିକଙ୍କ ମୃତ୍ୟୁ
  • ||
  • ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ, ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି
  • ||
  • ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, କହିଲେ ଏହି ଅଧିବେଶନ ବିଜୟର ଉତ୍ସବ
  • ||
  • ବାଲେଶ୍ୱର :ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ; ପ୍ରଧାନ ଶିକ୍ଷକ ଏବଂ ଗଣିତ ସାର୍ ଅଟକ
  • ||
  • ପୁରୀ : କୂଅରେ ପଡ଼ି ଚାଲିଗଲା ପାଳିଆ ସେବାୟତଙ୍କ ଜୀବନ, ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ଗୁଜରାଟରେ ଭୂକମ୍ପ ଝଟ୍‌କା, ଥରିଲା ଆଲାସ୍କା-ତାଜାକିସ୍ତାନ, ୬.୨ ତୀବ୍ରତା ରେକର୍ଡ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ
  • ||
  • ଖାଦ୍ୟ ପାଇଁ ଅପେକ୍ଷା କରିଥିଲେ, ଇସ୍ରାଏଲ ସେନା ଚଲାଇଲା ଗୁଳି ୬୭ ପାଲେଷ୍ଟୀନିୟଙ୍କ ମୃତ୍ୟୁ
  • ||
  • କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ
  • ||
  • ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ୩ଟି ପ୍ରମୁଖ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ:୨୩ରୁ ବଢ଼ିବ ବର୍ଷା, ୨୪ରେ ଲଘୁଚାପ, ଆଜିଠୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||
  • ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବିଜାପୁରରେ ଲାଲବାହିନୀର ବର୍ବରତା; ଦୁଇ ଗ୍ରାମବାସୀଙ୍କୁ ଡାକିନେଇ ନିର୍ମମ ହତ୍ୟା

Published By : Bijay Swain | July 21, 2025 7:05 PM

ବିଜାପୁର: ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀମାନେ ପୁଣି ଏକ ବର୍ବରକାଣ୍ଡ ଘଟାଇଛନ୍ତି। ତର୍ରେମ ଥାନା ଅଞ୍ଚଳର ଛୁଟବାଇ ଓ ବଡେ ତର୍ରେମ ଗାଁରେ ମାଓବାଦୀମାନେ ଦୁଇ ଜଣ ଗ୍ରାମବାସୀଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ନିର୍ମମ ହତ୍ୟା କରିଛନ୍ତି। ମୃତକମାନେ ଛୁଟବାଇ ଗାଁର ଯୋଗା କୱାସୀ (୫୦) ଓ ବଡେ ତର୍ରେମ ଗାଁର ମଙ୍ଗଲୁ କୁରସମ (୫୫) ବୋଲି ଜଣାପଡିଛି।

ପୋଲିସ ସୂଚନା ଅନୁଯାୟୀ, ମାଓବାଦୀମାନେ ଏହି ଦୁଇ ଗ୍ରାମବାସୀଙ୍କୁ ପୋଲିସ ଇନଫର୍ମର ବୋଲି ସନ୍ଦେହ କରି ହତ୍ୟା କରିଥିବା ଜଣାପଡ଼ିଛି। ଏହା ଗତ ଏକ ମାସ ମଧ୍ୟରେ ବିଜାପୁର ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ହୋଇଥିବା ଏଭଳି ତୃତୀୟ ଘଟଣା। ଯେଉଁଥିରେ ମୋଟ ଆଠଜଣଙ୍କୁ ହତ୍ୟା କରାଯାଇଛି।

ଏହି ଆକ୍ରମଣକୁ ପୋଲିସ ଅଧିକାରୀମାନେ ମାଓବାଦୀଙ୍କର ଭୟଭୀତ କରାଇବା ପାଇଁ ଏକ ପ୍ରୟାସ ବୋଲି ଅଭିହିତ କରିଛନ୍ତି। ବିଜାପୁର ଜିଲ୍ଲାରେ ମାଓବାଦୀ କାର୍ଯ୍ୟକଳାପ ଏବେ ମଧ୍ୟ ଜାରି ରହିଛି। ତେବେ ସୁରକ୍ଷା ବାହିନୀ ଗତ କିଛି ମାସରେ ନକ୍ସାଲବାଦ ବିରୋଧରେ ବଡ଼ ସଫଳତା ହାସଲ କରିଛି।

ବସ୍ତର ଅଞ୍ଚଳର ଆଇଜି ସୁନ୍ଦରରାଜ ପଟ୍ଟିଲିଙ୍ଗମ କହିଛନ୍ତି, "ମାଓବାଦୀ ଆନ୍ଦୋଳନ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେମାନଙ୍କର ନେତୃତ୍ୱ ବିଚ୍ଛିନ୍ନ ଓ ନୈରାଶ୍ୟଗ୍ରସ୍ତ ହୋଇପଡ଼ିଛି। ଦଣ୍ଡାକାରଣ୍ୟ ଜୋନରେ ମାତ୍ର ୩୦୦ ସଶସ୍ତ୍ର କ୍ୟାଡର ବାକି ଅଛନ୍ତି, ଯେଉଁମାନେ ହୁଏତ ଆତ୍ମସମର୍ପଣ କରିବେ ଅଥବା ନିଶ୍ଚିତ ଯୁଦ୍ଧରେ ମୁକାବିଲା କରିବେ।"

ଏହି ଘଟଣା ପୂର୍ବରୁ ଜୁନ ମାସରେ ମାଓବାଦୀମାନେ ତିନି ଜଣ ଗ୍ରାମବାସୀଙ୍କୁ ଗଳାକାଟି ହତ୍ୟା କରିଥିଲେ। ଯାହା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରିବା ପାଇଁ ଏକ ପ୍ରୟାସ ଥିଲା। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ଏବଂ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ ମାଓବାଦୀ ବିରୋଧୀ ଅଭିଯାନକୁ ତ୍ୱରାନ୍ୱିତ କରାଯାଇଛି। ଆସନ୍ତା ୨୦୨୬ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଦେଶରୁ ନକ୍ସାଲବାଦକୁ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ସେ ଘୋଷଣା କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.