ପ୍ରମୂଖ ଖବର
  • କୁମ୍ଭମେଳା ଦେଖି ଫେରୁଥିବାବେଳେ କାର-ଟ୍ରକ୍ ଧକ୍କା, ୬ ଜଣଙ୍କର ଚାଲିଗଲା ଜୀବନ
  • ||
  • ବିଧାନସଭାରେ କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ଘୁଞ୍ଚିବ ସେମିଷ୍ଟର ପରୀକ୍ଷା, ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ସରକାର
  • ||
  • କନ୍ଧମାଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା, ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା
  • ||
  • ଜୟପୁର : ବେଆଇନ ମାଟି ଇଟା ଭାଟି ଉପରେ କାର୍ଯ୍ୟାନୁଷ୍ଠାନ, ଏକାଧିକ ଇଟା ଭାଟି ଭାଙ୍ଗିଲା ଜିଲ୍ଲା ପ୍ରଶାସନ
  • ||
  • ଭୁବନେଶ୍ୱର : ଗ୍ରୀନ୍‌ ଟ୍ରେଣ୍ଡ୍‌ସ ପାର୍ଲରରେ ଅଗ୍ନିକାଣ୍ଡ, ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପାଉଁଶ
  • ||
  • ବାଲେଶ୍ୱର : ବେଆଇନ୍ ବାଲି ଚାଲାଣ ବେଳେ ଚଢାଉ, ୮୦ରୁ ଉର୍ଦ୍ଧ୍ୱ ହାଇୱା ଜବତ
  • ||
  • କଟକ : ଶତାଧିକ ଲିଟର କଫ୍‌ ସିରପ୍‌ ଜବତ, ଜଣେ ଗିରଫ
  • ||
  • ଖାକିରେ କଳଙ୍କ: ସାହାଯ୍ୟ କରିବା ବାହାନାରେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଏଏସ୍‌ଆଇ ଗିରଫ
  • ||
  • କେନ୍ଦ୍ରାପଡ଼ା : ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ, ୧୧ ଆହତ
  • ||
  • ବାଲିପାଟଣା: ପ୍ରେମିକ ଘର ଆଗରେ ଫିନାଇଲ୍ ପିଇଦେଲା ପ୍ରେମିକା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନକୁ ଭେଟିବ ଦକ୍ଷିଣ ଆଫ୍ରିକା, ଦେଖିବାକୁ ମିଳିବ କଡ଼ା ଟକ୍କର
  • ||
  • ବାଲେଶ୍ୱର : ଅଧାରେ ରହିଗଲା ଭବିଷ୍ୟତ: ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଛାତ୍ର
  • ||
  • ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଏବଂ ନିକୋବର ଦ୍ବୀପ, ରେକ୍ଟର ସ୍କେଲରେ ୫.୨ ତୀବ୍ରତା ରେକର୍ଡ
  • ||
  • ଶ୍ରୀଜିଉଙ୍କ ନିକଟର ଲାଗି ହେଲା 'ଅମୃତ ଅନ୍ନ', ୫ ପ୍ରକାର ଜୈବିକ ଚାଉଳ ପ୍ରସ୍ତୁତ
  • ||
  • ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦାଦା
  • ||
  • ରାଜ୍ୟରେ ଆଜିଠୁ ମାଟ୍ରିକ୍‌ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା, କପି ରୋକିବାକୁ ୪ ସ୍ତରୀୟ ସ୍ବାର୍ଡ ବ୍ୟବସ୍ଥା
  • ||
  • ରାଜ୍ୟରେ ଆସନ୍ତା ୨୪ ଯାଏ ବର୍ଷା ସମ୍ଭାବନା, ପବନ ଏବଂ କୁଆପଥର ମାଡ଼ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଘଟଣା, ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ

Published By : Prameya | February 20, 2025 9:51 AM

ବାଲେଶ୍ୱର,୨୦/୦୨: ଆୟ ବହିର୍ଭୂତ  ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ  ରାଜ୍ୟ ସରକାର ଚାକିରିରୁ ନିଲମ୍ବିତ କରିଛନ୍ତି ।  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ  ପକ୍ଷରୁ ପ୍ରକାଶିତ ସରକାରୀ ନିର୍ଦ୍ଦେଶନାମା  ଅନୁଯାୟୀ, ଶ୍ରୀ ପତିଙ୍କ ନାମରେ ଭିଜିଲାନ୍ସ  ପକ୍ଷରୁ ଗତ ୧୩ ତାରିଖରେ ଏ ସମ୍ପର୍କିତ  କେସ୍‌ ଦାୟର୍‌ ହୋଇଥିଲା । ଏହି ମାମଲା ମୂଳେ ସେ ଗିରଫ ହୋଇ ଜେଲ୍‌ ଯାଇଥିଲେ ।   

ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି  ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ  ପକ୍ଷରୁ ଗତ ୧୧ ତାରିଖରେ ଶ୍ରୀ ପତିଙ୍କ  ରେମୁଣା ତହସିଲ କାର୍ଯ୍ୟାଳୟ ସମେତ ୭ଟି  ଜାଗାରେ ଚଢ଼ଉ କରାଯାଇଥିଲା । ଚଢ଼ଉ  ବେଳେ ଶ୍ରୀ ପତି ଚାକିରି କାଳ ଭିତରେ  ନିଜ ରୋଜଗାରଠାରୁ ୨୦୪ ପ୍ରତିଶତ ସମ୍ପତ୍ତି  ଠୁଳ କରିଥିବା ପ୍ରମାଣ ମିଳିଥିଲା । ସେଥିରେ  ଅଢ଼େଇ କୋଟିରୁ ଅଧିକ ଟଙ୍କାର ତିନୋଟି  ଦାମୀ ଫ୍ଲାଟ, ୯୩୭ ଗ୍ରାମ ସୁନା ଅଳଙ୍କାର,  ୧ କୋଟି ୧୨ ଲକ୍ଷ ଟଙ୍କାର ଜମା ରାଶି, ନିଜ  ନାମ ସହ ସମ୍ପର୍କୀୟଙ୍କ ନାମରେ ପୋଷ୍ଟାଲ  ଏବଂ ବ୍ୟାଙ୍କ୍‌ରେ ଦେଢ଼ କୋଟି ଟଙ୍କା ଜମା  ଥିବା ପ୍ରମାଣ ମିଳିଥିଲା । 

ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ବାନ୍ଧିଲା ଭିଜିଲାନ୍ସ, ଚଢ଼ାଉ ବେଳେ ଜବତ ହୋଇଥିଲା କେଜିଏ ସୁନା


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.