ପ୍ରମୂଖ ଖବର
  • ସୁନ୍ଦରଗଡ଼ : ବ୍ରାହ୍ମଣୀ ନଦୀରେ ବୁଡ଼ି ନାବାଳକ ନିଖୋଜ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଇଂଲଣ୍ଡ ଗସ୍ତ ପୂର୍ବରୁ ଭାରତକୁ ଲାଗିପାରେ ବଡ଼ ଝଟକା; ସାମି-ବୁମରାଙ୍କ ଖେଳିବାକୁ ନେଇ ସନ୍ଦେହ
  • ||
  • ସମ୍ୱଲପୁର : କଫ୍‌ ସିରପ୍‌ ଭର୍ତ୍ତି ବକ୍ସ ଚୋରି କରିବା ପଡ଼ିଲା ମହଙ୍ଗା, ସମ୍ବଲପୁର ଟାଉନ୍ ଥାନା ଏଏସ୍‌ଆଇ ନିଲମ୍ବିତ
  • ||
  • ରେକର୍ଡ ଭାଙ୍ଗିଲା ଶ୍ରୀନଗର ତାତି ; ୫୪ ବର୍ଷ ପରେ ୩୪ ଡିଗ୍ରୀ ପାର୍‌, ୧୩୩ ବର୍ଷ ପରେ ଜଳିଲା ମେ'
  • ||
  • ଭୁବନେଶ୍ୱର : ବିଦେଶରେ ଚାକିରି ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ, ଅଭିଯୁକ୍ତ ଗିରଫ
  • ||
  • ମେ ୨୭ ନୁହେଁ, ୨୬ରେ ସାବିତ୍ରୀ ଛୁଟି ଘୋଷଣା କଲେ ସରକାର, ୨୭ରେ ଖୋଲା ରହିବ ସରକାରୀ ଅଫିସ୍
  • ||
  • ବିଳିବିଳଉଛି ପାକିସ୍ତାନ; 'ପାଣି ବନ୍ଦ କଲେ ଆମେ ତୁମ ନିଶ୍ୱାସ ବନ୍ଦ କରିଦେବୁ', ପୁରୁଣା ଡଇଲଗ ଦୋହରାଇଲେ ପାକ୍‌ ଜେନେରାଲ
  • ||
  • ସମ୍ବଲପୁର: ମାଲଖାନାରୁ କଫ୍‌ ସିରପ୍ ଚୋରି କରିଟାଉନ୍‌ ଥାନାରେ କାର୍ଯ୍ୟରତ ASI ବିଦ୍ୟୁତ୍ ପଣ୍ଡା ନିଲମ୍ବିତ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀ, ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ
  • ||
  • ୨୭ ଯାଏ ଘୁଞ୍ଚିଲା ସ୍ପେସାଲ୍‌ ଓଟିଇଟି ଆବେଦନ, ଫର୍ମ ପୂରଣର ଅବଧିକୁ ବଢ଼ାଇଲା ବୋର୍ଡ
  • ||
  • କେନ୍ଦୁଝର : ବେଆଇନ ବାଲି ଚୋରା ଚାଲାଣ ବେଳେ ୩ ହାଇୱା ଜବତ, ୬ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜରିମାନା ଆଦାୟ
  • ||
  • ଏବେ ୭୮୮ ଭାରତୀୟ ଛାତ୍ରଙ୍କର କଣ ହେବ ? ହାର୍ଭାର୍ଡରେ ବିଦେଶୀ ଛାତ୍ରଙ୍କ ନାମଲେଖା ଉପରେ ରୋକ୍ ଲଗାଇଲେ ଟ୍ରମ୍ପ
  • ||
  • ବାଂଲାଦେଶରେ କିଛି ଠିକ୍ ନାହିଁ ; ବିପଦରେ ୟୁନୁସଙ୍କ ଗାଦି, ସେନାମୁଖ୍ୟ ଦେଲେ ଅଲଟିମେଟ୍
  • ||
  • ନେପାଳରେ ଭୂକମ୍ପ ଝଟକା,ରିକ୍ଟର ସ୍କେଲରେ ତୀବ୍ରତା ୪.୭ ରେକର୍ଡ
  • ||
  • ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା, ୬ ମନ୍ତ୍ରୀ ପଦ ପାଇଁ ଆଶାୟୀଙ୍କ ଲବି ଭୁବନେଶ୍ୱରରୁ ଦିଲ୍ଲୀ
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବାଜା ଗାଡ଼ି: ୨ ମୃତ, ୨୫ ଆହତ
  • ||
  • ଦେଶ ସମ୍ଭାଳିପାରୁ ନାହାନ୍ତି ବାଂଲାଦେଶ ଅନ୍ତରୀଣ ସରକାର ମହମ୍ମଦ ୟୁନୁସ, ଇସ୍ତଫା ଦେବାକୁ ବଳାଇଲେ ମନ
  • ||
  • ରାଜ୍ୟରେ ବଦଳିଲା ପାଗର ମିଜାଜ୍, ଖସିଲା ତାତି : ଏ ମାସ ଶେଷ ସୁଦ୍ଧା ମୌସୁମୀ, ୨୭ରେ ଲଘୁଚାପ ସମ୍ଭାବନା
  • ||

ଅନ୍ଧାରରେ ୧୧୮୫ ପିଲାଙ୍କ ଭବିଷ୍ୟତ: ବାହାରିନି ରେଜଲ୍ଟ, ଚିନ୍ତାରେ ଅଭିଭାବକ

Published By : Harapriya Sethi | May 23, 2025 1:14 PM

ବରଗଡ,୨୩/୦୫: ବରଗଡ଼ ଜିଲ୍ଲା ପଦ୍ମପୁର ଅଞ୍ଚଳରେ ସିବିଏସଇ ଦ୍ୱାରା ପରିଚାଳିତ ୬ଟି ବିଦ୍ୟାଳୟର ୧୧୮୫ ଜଣ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବେ ଅନ୍ଧାରରେ । ଯେଉଁଥିରେ ୨ଟି ଘରୋଇ ବିଦ୍ୟାଳୟ ରହିଥବା ବେଳେ ୪ଟି ଆଦର୍ଶ ବିଦ୍ୟାଳୟ ରହିଛି । ଚଳିତ ବର୍ଷର ସିବିଏସଇ ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ମେ' ୧୩ ତାରିଖରେ ପ୍ରକାଶ ପାଇଛି । ହେଲେ ଏହି ୧,୧୮୫ଜଣ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇନାହିଁ । ଯାହାକୁ ନେଇ ଚିନ୍ତାରେ ଛାତ୍ରଛାତ୍ରୀ ଓ ଅଭିଭାବକ । ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ପରୀକ୍ଷା ଫଳ ପ୍ରକାଶିତ ହୋଇନାହିଁ । ତେଣୁ ଶୁକ୍ରବାର ଅଭିଭାବକମାନେ ପଦ୍ମପୁର ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ୨ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶିତ ନ ହେଲେ, ଆନ୍ଦୋଳନ ପନ୍ଥା ଆପଣାଇବା ସହ ଆଇନକୁ ହାତକୁ ନେବେ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି । 

ସୂଚନା ମୁତାବକ, ପଦ୍ମପୁର ଆଦର୍ଶ ବିଦ୍ୟାଳୟର ୧୧୬ଜଣ, ଗାଇସିଲାଟ ଆଦର୍ଶ ବିଦ୍ୟାଳୟର ୧୫୮ଜଣ, ପାଇକମାଲ ଆଦର୍ଶ ବିଦ୍ୟାଳୟର ୯୮ଜଣ, ସୋହେଲା ଆଦର୍ଶ ବିଦ୍ୟାଳୟର ୮୩ଜଣ, ପଦ୍ମପୁର ପବ୍ଲିକ ସ୍କୁଲର ୪୯୪ଜଣ ଓ ଜେନିଥ୍ ଲାୟନ୍ସ ଗୁରୁକୁଳ ପଦ୍ମପୁରର ୨୩୫ଜଣ ଛାତ୍ରଛାତ୍ରୀ ପରୀକ୍ଷା ଫଳରୁ ବଞ୍ଚିତ ହୋଇଛନ୍ତି । ଉଭୟ ଯୁକ୍ତ ଦୁଇ ଓ ଯୁକ୍ତ ତିନି ପାଇଁ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଯାଇଥିବା ବେଳେ ଏହି ପିଲାଙ୍କ ରେଜଲ୍ଟ ଆସିନଥିବାରୁ ଚିନ୍ତାରେ ରହିଛନ୍ତି ଅଭିଭାବକ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.