ପ୍ରମୂଖ ଖବର
  • ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଢାଞ୍ଚା ବଦଳିବ , ୩ ଦିନ ପୂର୍ବରୁ କ୍ୟାବିନେଟରେ ସମସ୍ତ ପ୍ରସ୍ତାବ ହେବ ଚୂଡ଼ାନ୍ତ
  • ||
  • Operation sindoor; 'ଲୁଚିବାକୁ ମିଳିବନି ଜାଗା...ପାକିସ୍ତାନକୁ ଗାତ ଖୋଳିବାକୁ ହେବ' ଭାରତୀୟ ସେନାର ଟଫ୍ ଅଫିସରଙ୍କ ଚେତାବନୀ
  • ||
  • ଖୁବ୍‌ଶୀଘ୍ର ପ୍ରକାଶ ପାଇଁ ଯୁକ୍ତ ୨ ରେଜଲ୍ଟ୍, ବଢ଼ିବ ଯୁକ୍ତ ୩ ନାମଲେଖା ଆବେଦନ ଅବଧି
  • ||
  • କଡ଼ ଲେଉଟାଇଲାଣି କରୋନା; ମୁମ୍ୱାଇରେ ୫୩ ପିଜିଟିଭି, ୨ ମୃତ
  • ||
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ବୁଧବାର ବାହାରିବ ଯୁକ୍ତ ୨ ପରୀକ୍ଷା ଫଳାଫଳ

Published By : Prameya | May 20, 2025 6:18 PM

ଭୁବନେଶ୍ବର, ୨୦।୫ : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳାଫଳ। କଳା, ବାଣିଜ୍ୟ , ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା  ପରୀକ୍ଷା ଫଳ ପ୍ରକାଶ ପାଇବ। ଅପରାହ୍ନ ୪ଟାରେ  ପ୍ରକାଶ ପାଇବ ପରୀକ୍ଷା ଫଳ। ଏ ନେଇ  ସୂଚନା ଦେଇଛନ୍ତି  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ  । https://results.odisha.gov.in  ରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଫଳ ଜାଣିପାରିବେ ।

ତେବେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ । ସେମାନଙ୍କ ମଧ୍ୟରୁ କଳାରେ ୨ ଲକ୍ଷ ୨୯ ହଜାର ୬୦୪ ଜଣ ରହିଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। 

ତେବେ ଚାଳିତ ଥର ଯୁକ୍ତ ଦୁଇରେ ୪୨୯ ଜଣ କପି କରି ଧରା ପଡ଼ିଥିଲେ । ସେମାନଙ୍କୁ ଏକ୍ସପର୍ଟଙ୍କ ଦ୍ୱାରା କାଉନସେଲିଂ କରାଯିବା ସହ ସେମାନଙ୍କୁ ପକ୍ଷ ରଖିବାକୁ ସୁଯୋଗ ଦିଆଯାଇଥିଲା । ଯେଉଁଥିରୁ ଜଣାପଡିଲା ଯେ ୩୭୨ ଜଣ କପି କରି ନାହାଁନ୍ତି । ସେମାନଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ । ହେଲେ ବାକି ୫୭ ଜଣ କପି କରିଛନ୍ତି ।

ଅନ୍ୟପଟେ ଯେହେତୁ ଯୁକ୍ତ ତିନି ନାମଲେଖା ଆବେଦନର ଆଜି ଶେଷ ତାରିଖ ରହିଛି। ତେଣୁ  ଉଚ୍ଚ ଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି କରିବାକୁ ନିବେଦନ କରାଯାଇଛି।  ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଏଥିରେ ଯୁକ୍ତ ୩ ନାମଲେଖା ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରାଯାଇଛି। ତେବେ ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ଗଣଶିକ୍ଷା ମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.