ପ୍ରମୂଖ ଖବର
  • ଆସନ୍ତା ୩୧ ରେ ହେବନି ସ୍ବତନ୍ତ୍ର ଓଟିଇଟି ପରୀକ୍ଷା
  • ||
  • ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ଦୀଘା ସମୁଦ୍ରରେ ଭାସିଗଲେ ଦୁଇ ପର୍ଯ୍ୟଟକ, ଜଣେ ଉଦ୍ଧାର
  • ||
  • ଭୁବନେଶ୍ବର: ଲାଞ୍ଚନେବା ପଡ଼ିଲା ମହଙ୍ଗା, ବନ୍ଧାହେଲେ ୪ ସରକାରୀ ବାବୁ
  • ||
  • ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ଅପ୍‌ଡେଟ୍, ଭୁବନେଶ୍ୱରରେ ନୂଆ ଢ଼ାଞ୍ଚାରେ ହେବ ମେ​‌ଟ୍ରୋ କରିଡ଼ର
  • ||
  • ଇଟାଲୀର ଲାମ୍ପେଡୁସା ଦ୍ୱୀପରେ ବୁଡ଼ିଲା ପ୍ରବାସୀ ଡଙ୍ଗା; ୨୬ ମୃତ, ୧୨ ନିଖୋଜ
  • ||
  • ଗଞ୍ଜାମ : ବିଷାକ୍ତ ସାପ କାମୁଡାରେ ମାଇଁ ଓ ଭାଣିଜୀ ମୃତ
  • ||
  • କଟକ : କେନାଲ ପାଣିରେ ଭାସିଯାଇ ନିଖୋଜ ହୋଇଥିଲେ ଛାତ୍ରୀ, ଉଦ୍ଧାର ହେଲା ମୃତଦେହ
  • ||
  • ଭିସୁଟ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍, ପ୍ରଥମ ବର୍ଷ ଛାତ୍ରୀ ପିନ୍ଧିବେ ସାଲଓ୍ୱାର- କୁର୍ତ୍ତା, ପ୍ୟାଣ୍ଟ, ସାର୍ଟ ପିନ୍ଧିବେ ଛାତ୍ର
  • ||
  • କଂଗ୍ରେସର "ଭୋଟ୍‌ ଚୋର, ଗାଦି ଛାଡ଼' ଶୋଭାଯାତ୍ରା, ସନ୍ଧ୍ୟାରେ ଆୟୋଜିତ ହେବ ମଶାଲ ରାଲି
  • ||
  • କେନ୍ଦୁଝର : ଶୋଇଥିବା ବେଳେ ଦଂଶିଲା ସାପ, ଚାଲିଗଲା ମାଆ ପୁଅଙ୍କ ଜୀବନ
  • ||
  • ବଲାଙ୍ଗୀର : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି, ଧରାପଡ଼ିବାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ବାନ୍ଧି ନିସ୍ତୁକ ମାଡ଼
  • ||
  • ଚାଷକୁ ଡବଲ୍‌ ଲଘୁଚାପ ଭରସା: ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ଆଲର୍ଟ, କୋରାପୁଟ, ମାଲକାନଗିରିକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ
  • ||

ପାଟଣାଗଡ଼ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ଅବସରପ୍ରାପ୍ତ କର୍ମଚାରୀଙ୍କ ଧାରଣା, ୫ ଦଫା ଦାବି

Published By : Rasmita Pradhan | August 14, 2025 2:00 PM

ପାଟଣାଗଡ଼, ୧୪/୮ : ୫ ଦଫା ଦାବି ନେଇ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ଅବସରପ୍ରାପ୍ତ କର୍ମଚାରୀଙ୍କ ଧାରଣା। ଆଗାମୀ ଦିନରେ ଦାବି ପୂରଣ ନହେଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଚେତାବନୀ। ଅବସରପ୍ରାପ୍ତ କର୍ମଚାରୀମାନଙ୍କ ଗ୍ରାଚ୍ୟୁଟି, ପ୍ରୋଭିଜିନାଲ ପେନସନ, ଏରିଅର ଓ ଲିପ୍ ଦରମା ଏଯାଏଁ ମିଳିନାହିଁ। ଯାହାକୁ ନେଇ ସେମାନେ ବାରମ୍ବାର ଅଫିସକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଗଲେଣି।

ସୂଚନାନୁଯାୟୀ, ୨୦୧୭ ମସିହା ଠାରୁ ୨୫ ମସିହା ପର୍ଯ୍ୟନ୍ତ ପାଟଣାଗଡ଼ ଏନଏସିରେ ଯେଉଁ କାର୍ଯ୍ୟରତ କର୍ମଚାରୀମାନେ ଅବସର ନେଇଛନ୍ତି ସେମାନଙ୍କର ବକେୟା ପାଉଣା ପାଇନାହାଁନ୍ତି। ଅବସରପ୍ରାପ୍ତ କର୍ମଚାରୀମାନଙ୍କ ଗ୍ରାଚ୍ୟୁଟି, ପ୍ରୋଭିଜିନାଲ ପେନସନ, ଏରିଅର ଓ ଲିପ୍ ଦରମା ଏଯାଏଁ ମିଳିନାହିଁ। ଏପରିକି ଏନଏସି କାର୍ଯ୍ୟାଳୟରେ କାର୍ଯ୍ୟରତ ଜୈନିକ ସରକାରୀ କର୍ମଚାରୀ କିଛି ଅବସରପ୍ରାପ୍ତ କର୍ମଚାରୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲାଞ୍ଚ ନେବାପରେ ମଧ୍ୟ ସେମାନଙ୍କୁ ହଇରାଣ କରୁଛନ୍ତି। ଏନେଇ ଅଭିଯୋଗ କରିଥିଲେ ସୁଦ୍ଧା କାର୍ଯ୍ୟାନୁଷ୍ଠାନ ହେଉନି।

ଏପରିକି ଲାଞ୍ଚ ନିଆଦିଆ ଘଟଣାକୁ ନେଇ ଗତ ଅଗଷ୍ଟ ୨ରେ ଜୈନିକ ଅବସରପ୍ରାପ୍ତ କର୍ମଚାରୀ ଓ ସିନିୟର ଆସିଷ୍ଟାଣ୍ଟ ମୁହାଁମୁହିଁ ହୋଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ତେବେ ଅବସରପ୍ରାପ୍ତ କର୍ମଚାରୀମାନଙ୍କ ଦାବି ପୂରଣ ନହେବା ପର୍ଯ୍ୟନ୍ତ ସେମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣା ଜାରି ରଖିବେ ବୋଲି ଚେତାବନୀ ଦେଇଛନ୍ତି। ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେବାକୁ ସେମାନେ ଦାବି କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.