ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧାର
  • ||
  • ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
  • ||
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସିବିଏସସି ପରୀକ୍ଷା ଫଳର ସମୀକ୍ଷା

Published By : Prameya | May 22, 2025 8:04 PM

ଭବାନୀପାଟଣା/ମ,ରାମପୁର,୨୨/୫ : କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାର ୧୩ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଓ ପରୀକ୍ଷା ପରିଚାଳକଙ୍କୁ ନେଇ ସିବିଏସସି ପରୀକ୍ଷା ଫଳ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।  ଭବାନୀପାଟଣା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଶଶାଙ୍କ ଶେଖର ଚୌଧୁରୀ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ । ଏଥିରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଆ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ କୁମାର ପାଢ଼ୀ ଉପସ୍ଥିତ ରହି ସମୀକ୍ଷା କରିଥିଲେ । 

ମଦନପୁର ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ଦାସ ପରୀକ୍ଷାର ଫଳାଫଳକୁ ବିସ୍ତୃତ ଭାବେ ଉପସ୍ଥାପନ କରିଥିଲେ । ଗତ ବର୍ଷର ପରୀକ୍ଷା ଫଳ ଅପେକ୍ଷା ଚଳିତ ବର୍ଷର ପରୀକ୍ଷା ଫଳରେ ଉନ୍ନତି ହେଇଥିବା ଜାଣି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦରୱାନ୍ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ବର୍ଷମାନଙ୍କରେ କେମିତି ଶତ ପ୍ରତିଶତ ପରୀକ୍ଷା ଫଳ ପାଇବା ସେ ଦିଗରେ ଯତ୍ନବାନ ହେବା ସହ ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ପାଇଁ ପରାମର୍ଶ ଦେଇଥିଲେ । 

ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଛତ୍ରିଆ ମଧ୍ୟ ଆଗାମୀ ଶିକ୍ଷା ବର୍ଷରେ ଛାତ୍ରଛାତ୍ରୀମାନଙ୍କ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ବ ଦେବାକୁ ମତ ପ୍ରକାଶ କରିଥିଲେ । ବୈଠକ ଶେଷରେ ଲାଞ୍ଜିଗଡ଼ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସହ ଅଧ୍ୟକ୍ଷା ଶୁଭଶ୍ରୀ ସାମନ୍ତରା ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.