ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆର୍‌ଆଇ, ପିଅନ

ଢେଙ୍କାନାଳ,୧୭।୯ :  ଜମିର କିସମ ପରିବର୍ତ୍ତନ ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଆାରଆଇ ଓ ପିଅନ। ସେମାନେ ହେଲେ  ଢେଙ୍କାନାଳ ସଦର ରାଜସ୍ବ ସର୍କଲ କାର୍ଯ୍ୟାଳୟରେ କାର୍ଯ୍ୟରତ ରାଜସ୍ୱ ନିରୀକ୍ଷକ ବରୁଣ ଜେନା ଓ ତାଙ୍କ ପିଅନ ବଳରାମ ନାଏକ । ବରୁଣ ତାଙ୍କ କାର୍ଯ୍ୟାଳୟର ପିଅନ ବଳରାମ ନାଏକଙ୍କ ମାଧ୍ୟମରେ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।  ଏହି ସମୟରେ ଭିଜଲାନ୍ସ ଚଢାଉ କରି ଉଭୟ ବରୁଣ ଓ  ବଳରାମଙ୍କୁ କାବୁ କରିଛି।

ଢେଙ୍କାନାଳ ସହରର ମହିଷାପାଟ ଅଂଚଳର ମହେଶ୍ୱର ସାମଲ ଜମିର କିସମ ପରିବର୍ତ୍ତନ ପାଇଁ  ଆବେଦନ କରିଥିଲେ। ଆାରଆଇ ବରୁଣ ୩୦ ହଜାର ଟଙ୍କା ଲାଞ୍ଚ ଦେବାକୁ କହିଥିଲେ।   ଏ ନେଇ  ମହେଶ୍ୱର ଢେଙ୍କାନାଳ ଭିଜିଲାନ୍ସ ବିଭାଗରେ  ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଆଜି ଯୋଜନା ବଦ୍ଧ  ଭାବେ ଭିଜିଲାନ୍ସ  ଟିମ୍ ଢେଙ୍କାନାଳ ସଦର ଆରଆଇ କାର୍ଯ୍ୟାଳୟରେ ଜଗି ରହିଥିଲେ । ବରୁଣ ତାଙ୍କ କାର୍ଯ୍ୟାଳୟର ପିଅନ ବଳରାମ ନାଏକଙ୍କ ମାଧ୍ୟମରେ ୩୦ ହଜାର ଟଙ୍କା ଲାଞ୍ଚ ମହେଶ୍ବରଙ୍କ ଠାରୁ ନେଉଥିଲେ। ଏହି ସମୟରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ ଉଭୟଙ୍କୁ କାବୁ କରିଥିଲେ। ରାସାୟନିକ ପ୍ରଲେପ ଦିଆଯାଇଥିବା ୩୦ହଜାର ମଧ୍ୟ ଭିଜିଲାନ୍ସ  ସେମାନଙ୍କ ଠାରୁ ଜବତ କରିଥିଲା। ପରେ ଉଭୟଙ୍କୁ ଭିଜିଲାନ୍ସ ଗିରଫ କରି   ଢେଙ୍କାନାଳ ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଧିକ ଯାଞ୍ଚ କରୁଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.