ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ

ନୀଳଗିରି,୦୩/୧୦: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ାସ୍ଥିତ ରମାଦେବୀ ଫୁଡ୍ସ ପ୍ରଡକ୍ସନ (ରାଇସ୍‌  ମିଲ୍‌)ରେ ଚାଲିଥିବା ବେଆଇନ କାର୍ଯ୍ୟକଳାପ ସମ୍ପର୍କିତ ଖବର ସଂଗ୍ରହ  ବେଳେ ବୁଧବାର ‘ପ୍ରମେୟ’  ସାମ୍ବାଦିକ ସମେତ ୪ଜଣ  ଗଣମାଧ୍ୟମ ପ୍ରତିନିଧିଙ୍କୁ  ଆକ୍ରମଣ ହୋଇଛି । ପୁଲିସ୍‌ ଉପସ୍ଥିତିରେ  କାର୍ଯ୍ୟରତ ସାମ୍ୱାଦିକଙ୍କୁ ଏଭଳି ଆକ୍ରମଣ ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା । ମିଲ୍‌ ମାଲିକଙ୍କ ଏଭଳି ଦବଙ୍ଗଗିରିକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି ।

ସୂଚନାଥାଉକି, ରମାଦେବୀ ରାଇସ୍‌ ମିଲ୍‌ ବିରୋଧରେ ଚାଉଳ ଓ ଗଚ୍ଛିତ ଅଖା ହେରଫେର ଅଭିଯୋଗ ଆସିଥିଲା । ସାଂସଦ ପ୍ରତାପ ଷଡ଼ଙ୍ଗୀ ବିଭାଗୀୟ ଅଧିକାରୀଙ୍କୁ  ନେଇ ଅଚାନକ ମିଲ୍‌ରେ ପହଞ୍ଚିଥିଲେ । ପୁଲିସ୍‌  ଉପସ୍ଥିତିରେ ଯୋଗାଣ ବିଭାଗ  ଅଧିକାରୀ ଯାଞ୍ଚ କରୁଥିଲେ । ଅନେକ ଗଣମାଧ୍ୟମ ପ୍ରତିନିଧି ମଧ୍ୟ ଉପସ୍ଥିତ ଥିଲେ । ହେଲେ ମିଲ୍‌ ମାଲିକ ଉତ୍‌କ୍ଷିପ୍ତ ହୋଇ ପାଟିତୁଣ୍ଡ କରିବା ସହ ‘ପ୍ରମେୟ’ର ଖନ୍ତାପଡ଼ା ପ୍ରତିନିଧି ମହେଶ ମଲ୍ଲିକଙ୍କୁ ଦୁର୍ବ୍ୟବହାର କରିଥିଲେ । ପରେ ଶ୍ରମିକଙ୍କୁ  ଲଗାଇ ଆକ୍ରମଣ କରିବା ସହ ମୋବାଇଲ୍‌ ଛଡ଼ାଇ ନେଇଥିଲେ । ଅନ୍ୟ ୩ ସାମ୍ବାଦିକ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ ।  ବିଜେପିର ଦଣ୍ଡକାଳୀ ମଣ୍ଡଳ ସଭାପତି ତଥା ସାଂସଦଙ୍କ ପ୍ରତିନିଧି ଦିଲ୍ଲୀପ ଦାସ ଏହାକୁ ବିରୋଧ କରିବାରୁ ତାଙ୍କୁ ମଧ୍ୟ ଠେଲାପେଲା କରାଯାଇଥିଲା । ଆକ୍ରମଣର ଶିକାର ସାମ୍ୱାଦିକମାନେ ଖନ୍ତାପଡ଼ା ଥାନାରେ ଏ ନେଇ ଅଭିଯୋଗ କରିବେ ବୋଲି କହିଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.