ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଆଇନ୍‌ଜୀବୀଙ୍କୁ ହାଣିଲେ ରିକ୍ସା ଚାଳକ, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

Published By : Manoj | August 21, 2025 9:02 AM

ପୁରୀ ୨୧/୦୮: ପୁରୀରେ ଆତଙ୍କ ଖେଳାଇଲେ ରିକ୍ସା ଚାଳକ। ଗୋଡ଼ାଇ ଗୋଡ଼ାଇ ମଝି ରାସ୍ତାରେ ଜଣେ ଆଇନ୍‌ଜୀବୀଙ୍କୁ କଲେ ମରଣାନ୍ତକ ଆକ୍ରମଣ। ଗୁରୁତର ଅବସ୍ଥା‌ରେ ଆଇନ୍‌ଜୀବୀଙ୍କୁ ଉଦ୍ଧାର କରାଯାଇ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉନ୍ମକ୍ତକାଣ୍ଡ ଘଟାଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି ରିକ୍ସା ଚାଳକ। ତେବେ ଆକ୍ରମଣ ପଛ ପ୍ରକୃତ କାରଣ ଜଣାପଡ଼ିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ପୁରୀ ଟାଉନ୍ ଥାନା ଅନ୍ତର୍ଗତ ଦୋଳମଣ୍ଡପ ସାହି ନିକଟରେ ଜଣେ ରିକ୍ସା ଚାଳକ ଆଇନଜୀବୀ ରଘୁନାଥ ପଟ୍ଟନାୟକଙ୍କୁ ଆକ୍ରମଣ କରିଛନ୍ତି। ତାଙ୍କ ମୁଣ୍ଡ, ମୁହଁ ଓ ଛାତିରେ ଗଭୀର ଆଘାତ ଲାଗିଛି। ଆକ୍ରମଣକାରୀ ରିକ୍ସା ଚାଳକ ଘଟଣାସ୍ଥଳରୁ ଚମ୍ପଟ ମାରିଛି। ଟାଉନ ଥାନା ପୁଲିସ ଘଟଣାସ୍ଥଳ ଏବଂ ହସ୍ପିଟାଲକୁ ଯାଇ ତଦନ୍ତ ଆରମ୍ଭ କରିଛି। ତେବେ ରିକ୍ସା ଚାଳକକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ  ଚଢାଉ ଜାରି ରହିଛି। ପୁରୀ ଭଳି ଏକ ଧାର୍ମିକ ତଥା ପର୍ଯ୍ୟଟନ ସହରରେ ଆଇନଜୀବୀଙ୍କୁ ରିକ୍ସା ଚାଳକ ଆକ୍ରମଣ କରିବା ଘଟଣା ପୁଲିସ ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.