ପ୍ରମୂଖ ଖବର
  • ଇସ୍କନ ଅଦିନିଆ ରଥଯାତ୍ରାକୁ ନେଇ ଇସ୍କନ ଗଭର୍ଣ୍ଣିଂ ବଡି ଅଧ୍ୟକ୍ଷଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା
  • ||
  • କୋରାପୁଟ : ଜଲାପୁଟ ଜଳଭଣ୍ଡାରକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା
  • ||
  • ଅଣାୟତ୍ତ ଡାଇରିଆ ସ୍ଥିତି; ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଗୃହ ଏବଂ ନଗର ଉନ୍ନୟନ ବିଭାଗର ଆଲର୍ଟ
  • ||
  • ରଥଯାତ୍ରାକୁ ନେଇ କଠୋର ହେଲେ ସରକାର, ରଥ ଉପରକୁ ଅଣସେବାୟତ ଚଢିଲେ ହେବେ ଗିରଫ
  • ||
  • ସୁନ୍ଦରଗଡ଼ରେ ଲୁଟେରାଙ୍କ ଆତଙ୍କରାଜ, ବନ୍ଧୁକ ଦେଖାଇ ନେଇଗଲେ ଅଳଙ୍କାର ଓ ନଗଦ ଟଙ୍କା
  • ||
  • ଅଣସର ଦର୍ଶନର ଚତୁର୍ଥ ଦିନ, ରଜ ସଂକ୍ରାନ୍ତି ପାଇଁ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଇସ୍ରାଏଲ-ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି, ତେହେରାନରେ ପ୍ରତିରକ୍ଷା ମନ୍ତ୍ରଣାଳୟ କୋଠା ଓ ପରମାଣୁ ମୁଖ୍ୟାଳୟ ଧ୍ୱଂସ
  • ||
  • କେଦାରନାଥ ନିକଟରେ ହେଲିକପ୍ଟର୍ ଦୁର୍ଘଟଣା, ୬ ମୃତ
  • ||
  • ନାଇଜେରିଆରେ ଗୁଳିମାଡ କଲେ ବନ୍ଧୁକଧାରୀ, ୧୦୦ ଜଣଙ୍କର ମୃତ୍ୟୁ
  • ||
  • ଆଗେଇବ ମୌସୁମୀ ବାୟୁ, ୨୦ ଲଘୁଚାପରେ ଆଗକୁ ହେବ ଅଗ୍ରସର: ଆଜି ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାକୁ ଆଲର୍ଟ
  • ||

ଉତ୍ତର ପ୍ରଦେଶର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୫ ମୃତ…

Published By : Ladu Kishor | June 15, 2025 5:24 PM

Image source: TOI

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଆମେଥି ଜିଲ୍ଲାର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଆଜି (ରବିବାର) ସକାଳେ ଏକ ପିକଅପ୍ ଏବଂ ଆମ୍ବୁଲାନ୍ସ ମଧ୍ୟରେ ଭୟଙ୍କର ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ପୋଲିସ୍ କହିଛି ଯେ, ଏହି ଘଟଣା ଶୁକୁଲ ବଜାର ଥାନା ଅଞ୍ଚଳରେ ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଘଟିଥିଲା । ହରିୟାଣାରୁ ମୃତଦେହ ନେଇ ବିହାରର ସମସ୍ତିପୁର ଯାଉଥିବା ଆମ୍ବୁଲାନ୍ସଟି ଓଭରଟେକ୍ କରିବାକୁ ଚେଷ୍ଟା କରିବା ସମୟରେ ଏକ ପିକଅପ୍ ଗାଡ଼ିକୁ ଧକ୍କା ଦେଇଥିଲା।

ପୋଲିସ ଅଧିକାରୀ ଅଭିନେଶ କୁମାର କହିଛନ୍ତି ଯେ, ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସରେ ଥିବା ୫ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି, ଯାହାକୁ ଗୌରୀଗଞ୍ଜର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଏହି ଦୁର୍ଘଟଣା ଉପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟରେ କହିଛି,'ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆମେଥି ଜିଲ୍ଲାରେ ଘଟିଥିବା ସଡ଼କ ଦୁର୍ଘଟଣା ସମ୍ପର୍କରେ ଅବଗତ ହୋଇଛନ୍ତି। ସେ ମୃତକଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।'

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି ଯେ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କୁ ତୁରନ୍ତ ଡାକ୍ତରଖାନା ନେଇ ଉପଯୁକ୍ତ ଚିକିତ୍ସା କରିବା ପାଇଁ ଜିଲ୍ଲା ପ୍ରଶାସନ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ, ସେ ଆହତ ମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.