ପ୍ରମୂଖ ଖବର
  • ପୋପ୍ ଫ୍ରାନ୍‌ସିସଙ୍ ପରଲୋକ, ୮୮ ବର୍ଷ ବୟସ​‌ରେ କଲେ ଶେଷ ନିଶ୍ବାସ୍ତ ତ୍ୟାଗ
  • ||
  • ଜଘନ୍ୟ ହତ୍ୟାକାଣ୍ଡ ଢେଙ୍କାନାଳ : ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ
  • ||
  • BCCI ଜାରି କଲା ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ; ଆୟରଙ୍କୁ ବଡ଼ ଉପହାର, ରୋ-କୋଙ୍କୁ A+ ଗ୍ରେଡ଼
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପାପୁଲି କାଟିଦେଲେ ଦୁର୍ବୃତ୍ତ
  • ||
  • ପରିବାର ସହ ଭାରତରେ ଆମେରିକା ଉପରାଷ୍ଟ୍ରପତି ଜେ ଡି ଭାନ୍ସ, ପ୍ରଧାନମନ୍ତ୍ରୀଙ୍କୁ ସହ କରିବେ ଡିନର
  • ||
  • ପୁରୀ : ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍‌, ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ୱର : ଟ୍ରେନ୍‌ ଆଗକୁ ଯାଇ କରିଥିଲେ ଆତ୍ମହତ୍ୟା, ଭଦ୍ରକରୁ କଟି ଆସି ଭୁବନେଶ୍ୱର ଷ୍ଟେସନରେ ପଡ଼ିଲା ମୁଣ୍ଡ
  • ||
  • IPL 2025: ଟାଇଟନ୍ସକୁ ଭେଟିବ ନାଇଟ୍‌ ରାଇଡର୍ସ, ଲଢ଼ିବେ ଗିଲ୍- ରାହାଣେ
  • ||
  • ଲୋକଙ୍କ ପାଖରେ ପହଞ୍ଚିବ ଲୋକଙ୍କ ସରକାର, ଆଜି ପଶ୍ଚିମ ଓଡ଼ିଶାବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ
  • ||
  • ପୁରୀ : ୭ ଦିନ ପରେ ମିଳିଲା ନିଖୋଜ ନାବାଳକର ମୃତଦେହ, ହତ୍ୟା ସନ୍ଦେହ
  • ||
  • ରାଜ୍ୟରେ କମିଲା କାଳବୈଶାଖୀ: ୨୫ ଯାଏ ତାତିରୁ ନିସ୍ତାର ନାହିଁ,୪୪ ଡିଗ୍ରୀ ଡେଇଁପାରେ ତାପମାତ୍ରା
  • ||

ଦାରିଙ୍ଗବାଡି ଗାଜଲବାଡ଼ି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ

Published By : prameya | April 18, 2025 1:31 PM

ଦାରିଙ୍ଗବାଡି,୧୮/୦୪: ଦାରିଙ୍ଗବାଡି ଗାଜଲବାଡ଼ି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ୬୦ ଫୁଟ ତଳକୁ ଖସିଲା ବୋଲେର ପିକଅପ୍ ଭ୍ୟାନ । ଅଳ୍ପକେ ବର୍ତ୍ତିଲେ ଗାଡ଼ି ଚାଳକ । ତେବେ  ପିକଅପ୍ ଭ୍ୟାନଟି ଛତିଶଗଡରୁ ବ୍ରହ୍ମପୁର ଅଭିମୁଖେ ଗାଜଲବାଡ଼ି ଘାଟି ରାସ୍ତା ଦେଇ ଯାଉଥିବା ବେଳେ ଏହି ଘଟଣା ଘଟିଛି ।

ସୂଚନା ମୁତାବକ, ଆଜି ସକାଳ ସାଢେ଼ ୯ ଟା ସମୟରେ ଏକ ପିକ୍ପ ଭ୍ୟାନ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଗାଜଲବାଡ଼ି ଘାଟିରେ ବୁଲାଣି ସମୟରେ ୬୦ ଫୁଟ ତଳକୁ ଖସି ଯାଇଥିଲା  ପିକଅପ୍ ଭ୍ୟାନ । ଫଳରେ ଉକ୍ତ ଗାଡ଼ି ସହ ଚାଳକ ଖାଲକୁ ଖସି ଯାଇଥିଲେ।  ଉକ୍ତ ଘଟଣା ସମ୍ପର୍କରେ ସୋରଡ଼ା ଅଗ୍ନିଶମ ବିଭାଗ ଜାଣିବା ପରେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି କରିଥିଲେ । ୬୦ ଫୁଟ ଖାଲ ତଳକୁ ଯାଇ କଟର ମେସିନ ସାହାଯ୍ୟରେ ଗାଡ଼ିକୁ କାଟି ବାହାର କରିଥିଲେ ଚାଳକଙ୍କୁ । ତେବେ ଅଗ୍ନିଶମ କର୍ମଚାରୀଙ୍କ ଦୀର୍ଘ ୧ ଘଣ୍ଟାର ପରିଶ୍ରମ ପରେ ନୂଆଁ ଜୀବନ ପାଇ ଉଦ୍ଧାର ହୋଇଥିଲେ ଗାଡ଼ି ଚାଳକ । ଚାଳକ ପାଇଁ ଭଗବାନ ସାଜି ଥିଲେ ଅଗ୍ନିଶମ କର୍ମଚାରୀ । ଗାଡ଼ି ଚାଳକ ଉଦ୍ଧାର ହେବା ପରେ ସଙ୍ଗେ ସଙ୍ଗେ ମେଡ଼ିକାଲରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା କରାଯାଇଛି।  


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.