ପ୍ରମୂଖ ଖବର
  • ଶେଖ୍ ହସିନା ଦେଇଥିଲେ ନରସଂହାର ଆଦେଶ ! ବାଂଲାଦେଶୀ ଟ୍ରିବ୍ୟୁନାଲରେ ଶୁଣାଣି, ହୋଇପାରେ ମୃତ୍ୟୁ ଦଣ୍ଡାଦେଶ
  • ||
  • ସମ୍ବଲପୁର: ସମ୍ବଲପୁର ‘କୃଷି ଭବନ’ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ, କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବ କୃଷି ଭବନ
  • ||
  • ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ପୁଣି ଭାଇରାଲ୍‌, ଚୁନରା ସେବକଙ୍କ ସମ୍ପୃକ୍ତି ନେଇ ସନ୍ଦେହ
  • ||
  • ଭୁବନେଶ୍ୱର: ରାଜ୍ୟରେ ପୁଣି ବ୍ୟାପିଲାଣି କରୋନା, ୧୧ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା
  • ||
  • ସୁନ୍ଦରଗଡ଼ : ଆଇଇଡି ବିସ୍ଫୋରଣରେ ଯୁବକ ଆହତ
  • ||
  • ଭୁବନେଶ୍ୱର : ରାଜଧାନୀରେ ସିରିଜ୍‌ ଦୁର୍ଘଟଣା: ପଛକୁ ପଛ ପିଟିହେଲା ୪ ଗାଡ଼ି, ଏକାଧିକ ଆହତ
  • ||
  • ପାକ୍ ଗୁପ୍ତଚର ମାମଲାରେ NIAର ବଡ଼ କାର୍ଯ୍ୟାନୁଷ୍ଠାନ, ୮ଟି ରାଜ୍ୟର ୧୫ଟି ସ୍ଥାନରେ ରେଡ୍
  • ||
  • ଅନୁଗୁଳ : ମସୁଣିହତା ଗାଁରେ ଯୁବକଙ୍କୁ ଗଳା କାଟି ହତ୍ୟା, ଅଭିଯୁକ୍ତ ଗିରଫ
  • ||
  • ସୁପର୍ ସନ୍‌ଡେ'ରେ ଦ୍ୱିତୀୟ କ୍ୱାଲିଫାୟର: ପ୍ରତିଶୋଧ ପାଇଁ ପ୍ରସ୍ତୁତ ମୁମ୍ବାଇ ଇଣ୍ଡିଆନ୍ସ, ଫାଇନାଲ୍‌ ଲକ୍ଷ୍ୟରେ ପଞ୍ଜାବ କିଙ୍ଗ୍‌ସ
  • ||
  • ନୟାଗଡ଼ : ଡାକ୍ତରଙ୍କ ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ, ଡାକ୍ତରଖାନାରେ ଚାପା ଉତ୍ତେଜନା
  • ||
  • ଭୟଙ୍କର ଟ୍ରେନ ଦୁର୍ଘଟଣା; ପୋଲ ଭାଙ୍ଗି ଟ୍ରାକରୁ ଖସିଲା ଟ୍ରେନ, ୭ ମୃୃତ ୩୦ ଆହତ
  • ||
  • କଳାହାଣ୍ଡି : ବନମାଳୀପୁର ରାସ୍ତାରୁ ବାଇକ୍‌ ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରୁଷ-ୟୁକ୍ରେନ୍ ସୀମା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ୭ ମୃତ, ୩୦ ଆହତ,ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା
  • ||
  • ରାଜ୍ୟରେ ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ, କୋଭିଡ୍‌ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ ମୃତକ ବୃଦ୍ଧ
  • ||
  • Miss World 2025: ବିଶ୍ୱ ସୁନ୍ଦରୀ ମୁକୁଟ ପିନ୍ଧିଲେ ଥାଇଲାଣ୍ଡର ଓପଲ ସୁଚାତା, ଭାଙ୍ଗିଲା ଭାରତର ନନ୍ଦିନୀ ଗୁପ୍ତାଙ୍କ ସ୍ୱପ୍ନ
  • ||
  • ଲୁଚକାଳି ଖେଳୁଛି ମୌସୁମୀ ! ରାଜ୍ୟରେ କମିଛି ବର୍ଷା, ୨ରୁ ୪ ଡିଗ୍ରୀ ବଢ଼ିପାରେ ତାତି
  • ||

ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର; ପତ୍ନୀ ମୃତ, ସ୍ୱାମୀ ଓ ଶିଶୁପୁତ୍ର ଆହତ

Published By : Prameya | May 27, 2025 9:39 AM

ଢେଙ୍କାନାଳ,୨୭/୦୫: ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥର କଲେଜ ବାଇପାସ ରାସ୍ତା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର । ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ମହିଳାଙ୍କ ସ୍ୱାମୀ ଓ ଶିଶୁପୁତ୍ର ଆହତ ହୋଇଛନ୍ତି । ଆହତଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣାକୁ ନେଇ ଆନନ୍ଦ ନଗରଠାରେ ଜାତୀୟ ରାଜପଥକୁ ଅଞ୍ଚଳବାସୀ ଅବରୋଧ କରିଥିବା ଜଣାପଡ଼ିଛି । 

ସୂଚନା ଅନୁସାରେ, ପରଜଙ୍ଗ ଥାନା ବରିହାପୁର ଗାଁର ରଶ୍ମିରଞ୍ଜନ ଖୁଣ୍ଟିଆ, ପତ୍ନୀ ଲୁଚି ଖୁଣ୍ଟିଆ, ଦୁଇବର୍ଷର ଶିଶୁପୁତ୍ର ଏକ ବାଇକରେ କଟକ ଅଭିମୁଖେ ଯାଉଥିଲେ। ଢେଙ୍କାନାଳ କଲେଜ୍ ବାଇପାସ ରାସ୍ତାର ଆନନ୍ଦ ନଗର ବିଜୁ ଭବନ ସମ୍ମୁଖରେ ପଛପଟୁ ଦ୍ରୁତଗତିରେ ଆସୁଥିବା ଏକ ତେଲ ଟ୍ୟାଙ୍କର ଧକ୍କା ଦେଇଥିଲା । ବାଇକରୁ ତିନି ଜଣ ଛିଟିକି ପଡ଼ିଥିବାବେଳେ ଲୁଚିଙ୍କ ଉପରେ ଟ୍ୟାଙ୍କର ଚକା ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ଶୋଚନୀୟ ମୃତ୍ୟୁ ଘଟିଥିଲା। ସେହିପରି ସ୍ୱାମୀ ରଶ୍ମିରଞ୍ଜନ ଓ ଶିଶୁପୁତ୍ର ସାମାନ୍ୟ ଆହତ ହୋଇଥିଲେ । ଅଞ୍ଚଳବାସୀଙ୍କ ସହଯୋଗରେ ସେମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ବିଜୁ ଭବନ ସମ୍ମୁଖରେ ରାସ୍ତାରୋକ କରିଥିଲେ । ଫଳରେ ୫୫ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହିତ ତେଲ ଟ୍ୟାଙ୍କରକୁ ପୁଲିସ ଜବତ ରଖିଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.