ପ୍ରମୂଖ ଖବର
  • କଳିଙ୍ଗନଗର : ମଝିଆଁ ଭାଇର ଖଣ୍ଡା ଚୋଟରେ ବଡ଼ ଭାଇ ଗୁରୁତର
  • ||
  • ପାଟଣାଗଡ଼ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • ହୃତଘାତରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପତ୍ନୀ ବିୟୋଗ, ଚାରୁଶୀଳା ଆଚାର୍ଯ୍ୟଙ୍କ କରାଯିବ ଚକ୍ଷୁଦାନ
  • ||
  • ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • ଭୁବନେଶ୍ୱର : ସବୁ ପିକନିକ୍‌ ସ୍ପଟ୍‌ ହେବ ପ୍ଲାଷ୍ଟିକ ମୁକ୍ତ, ସହରର ପ୍ରମୁଖ ସ୍ଥାନରେ ଲାଗିବ କ୍ଳଥ୍‌ ବ୍ୟାଗ୍‌ ଭେଣ୍ଡିଂ ମେସିନ୍‌
  • ||
  • କଟକ : ପିଇବା ପାଣି ପାଇଁ ରାସ୍ତାରୋକ; ଗରା ଓ ବାଲଟି ଧରି ରାସ୍ତାରେ ବସିଲେ ମହିଳା
  • ||
  • ଗୁରୁବାର ସୁଦଶା ବ୍ରତ: ଜାଣନ୍ତୁ ସୁଦଶା ବ୍ରତର ମାହାତ୍ମ୍ୟ, ପୂଜା ବିଧି
  • ||
  • ଗଞ୍ଜାମ : ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ, ଥାନାରେ ମାମଲା ରୁଜୁ
  • ||
  • ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ,କାଶୀପୁର ବ୍ଲକରେ ହେବାକୁ ଥିବା ଜନ ସମାବେଶରେ ହୋଇଥାନ୍ତେ ସାମିଲ
  • ||
  • ରଥ ଖଳା ହାଲ୍‌ଚାଲ୍‌: ପଡ଼ିଲା ରଥର ପ୍ରଥମ ଫ୍ରେମ୍, ଆଗକୁ ଦଣ୍ଡା କଣ୍ଟା ଅନୁକୂଳ
  • ||
  • କଟକ : ମହୁମାଛି ଆକ୍ରମଣରେ ବୃଦ୍ଧା ମୃତ, ଜଣେ ଗୁରୁତର
  • ||
  • ଆଗକୁ ବଢ଼ିବାର ନାଁ ନେଉନି ମୌସୁମୀ: ଭୀଷଣ ଗ୍ରୀଷ୍ମପ୍ରବାହ ଆଲର୍ଟ, ୭ରେ କିଛି ସ୍ଥାନରେ ୪୨ ଡିଗ୍ରୀ ଟପିବ ତାତି
  • ||
  • କଳାହାଣ୍ଡି : ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌; ଜଣେ ମୃତ, ୫ ଗୁରୁତର
  • ||

ବାଇକକୁ ଧକ୍କା ଦେଲା କାର, ୨ ଗୁରୁତର

Published By : Prameya | June 3, 2025 12:36 PM

ଖଲ୍ଲିକୋଟ,୦୩/୦୬:  ରାସ୍ତା ପାର୍ ହେଉଥିବା ବାଇକକୁ ଧକ୍କା ଦେଲା କାର୍। ଫଳରେ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ନାରାୟଣୀ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଦୁଇ ଜଣ ହେଲେ ବେଗୁନିଆପଡ଼ା ଥାନା ନଛିପୁର ଗ୍ରାମର ରିଙ୍କୁ ପଲେଇ ଓ ରଞ୍ଜିତ ପରିଡ଼ା । 

ସୂଚନା ମୁତାବକ, ଆଜି ଦିନ ୧୧ଟାରେ ବେଗୁନିଆପଡା ଥାନା ଅନ୍ତର୍ଗତ ନଛିପୁର ଗାଁର ରିଙ୍କୁ ପଲେଇ ଓ ରଞ୍ଜିତ ପରିଡା ଏକ ବାଇକ ଯୋଗେ ନାରାୟଣୀ ଛକରେ ରାସ୍ତା ପାର୍ ହେଉଥିଲେ। ସେହି ସମୟରେ ବ୍ରହ୍ମପୁର ପଟୁ ଆସୁଥିବା ଏକ କାର୍ ବାଇକକୁ ଧକ୍କା ଦେଇଥିଲା। ଫଳରେ ବାଇକଟି ଉପରକୁ ଉଠି ତଳେ କଚାଡି ହୋଇପଡିଥିଲା। ବାଇକଟି ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିବା ବେଳେ ୨ ବାଇକ ଆରୋହୀ ଗୁରୁତର ଆହତ ହୋଇଥିଲେ । ଭେଜିପୁଟ ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ୨ ଆହତଙ୍କୁ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ବାଇକ ଆରୋହୀ ରିଙ୍କୁ ପଲେଇ ଓ ରଞ୍ଜିତ ପରିଡାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.