ପ୍ରମୂଖ ଖବର
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ପ୍ରଥମ ଗେମ୍‌ ଡ୍ର’, ଆଜି ଖେଳିବେ ଦ୍ୱିତୀୟ କ୍ଲାସିକାଲ ଗେମ୍
  • ||
  • ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ସନ୍ଧ୍ୟାରେ ୪ ଘଣ୍ଟା ଦର୍ଶନ ମନା
  • ||
  • ଭଦ୍ରକ: ହଳଦୀଡିହ ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୨ ଗୁରୁତର
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା, ଉଛୁଳିଲା ବୈତରଣୀ, ଜଳକା, ଜମ୍ଭୀରା ନଦୀ,ପାଣିଘେରରେ ୩୦ରୁ ଅଧିକ ଗାଁ
  • ||
  • ଏଫ୍‌ଏମ୍‌ କଲେଜ ପୁଣି ଚର୍ଚ୍ଚାରେ, ପ୍ରାଧ୍ୟାପକଙ୍କ ପତ୍ନୀଙ୍କୁ ଗ୍ୟାସ୍‌ ଡେଲିଭରୀ ବୟର ଦୁଷ୍କର୍ମ ଉଦ୍ୟମ,ଅଭିଯୁକ୍ତ ଗିରଫ
  • ||
  • ଏବେ ବଡ଼ ବର୍ଷା ନାହିଁ, ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା: ଆଜି ୧୫ ଜିଲ୍ଲାକୁ ଆଲର୍ଟ
  • ||

ପାଣିକୋଇଲିରେ ସିରିଜ୍ ଦୁର୍ଘଟଣା; ଜଣେ ମୃତ, ଜଣେ ଗୁରୁତର

Published By : Anindita Ratha | July 16, 2025 11:01 AM

ପାଣିକୋଇଲି,୧୬/୦୭: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଅର୍ନ୍ତଗତ ୧୬ନମ୍ବର ଜାତୀୟ ରାଜପଥର ପୁରୁଣା ଟୋଲ୍ ନିକଟରେ ସିରିଜ୍ ଦୁର୍ଘଟଣା। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । 

ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଏକ ଟ୍ରକ୍ ପାଣିକୋଇଲି ଥାନା ପୁରୁଣା ଟୋଲ୍ ନିକଟରେ ରାସ୍ତା କଡରେ ଖରାପ ଅବସ୍ଥାରେ ଥିଲା । ଏହି ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଦ୍ରୁତ ଗତିରେ ଆସି ରାସ୍ତା କଡରେ ଠିଆ ହେଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଇଥିଲେ । ପରବର୍ତ୍ତୀ ଅବସ୍ଥାରେ ଆଉ ଏକ କାର ଆସି ଧକ୍କା ଦେଇଥିଲା । ଦୁର୍ଘଟଣା ଫଳରେ ଜଣେ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହେଇଥିବା ସୂଚନା ମିଳିଛି । ସେପଟେ ଦୁର୍ଘଟଣା ଖବରପାଇ ସ୍ଥାନୀୟ ଯୁବକ ଓ ପାଣିକୋଇଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହିତ ଜଣେ ଗୁରୁତରଙ୍କୁ ଚିକିତ୍ସା ପାଇଁ ଯାଜପୁର ଟାଉନ ମେଡିକାଲକୁ ପଠାଇଛନ୍ତି । କାର ଓଲଟି ପଡ଼ିବାରୁ ୩ଜଣ ବ୍ୟକ୍ତି ସାମାନ୍ୟ ଆହତ ହେଇଥିବା ସ୍ଥାନୀୟ ଅଧିବାସୀଙ୍କ ଠାରୁ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.