ପ୍ରମୂଖ ଖବର
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ସୁନାବେଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କାର୍ ଏବଂ ସଫାରୀ ମୁହାଁମୁହିଁ ଧକ୍କା, ୩ ମୃତ

Published By : Anindita Ratha | July 20, 2025 1:07 PM

ସୁନାବେଡା,୨୦/୦୭: କୋରାପୁଟ ସୁନାବେଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା । କାର୍ ସହ ସଫାରୀ ଗାଡ଼ି ମୁହାଁମୁହିଁ ଧକ୍କା । ଫଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୁନାବେଡା ୨୬ ନମ୍ବର  ଜାତୀୟ ରାଜପଥର ଟିଟିଏସ ଗେଟ ସାମ୍ନାରେ ଏହି ଦୁର୍ଘଟଣା ଘଟିଛି। 

ସୂଚନା ମୁତାବକ, ଗତ ବିଳମ୍ବିତ ରାତିରେ କାର ଯୋଗେ ତିନି ଜଣ ଯୁବକ ସେମିଳିଗୁଡାରୁ ସୁନାବେଡା ଫେରୁଥିଲେ। ସେହି ସମୟରେ ଦାମନଯୋଡିରେ ଏକ ଟାଟା ସଫାରୀ ସୁନାବେଡାରୁ ଦାମନଯୋଡି ଯାଉଥିଲା ବେଳେ ଭାରସାମ୍ୟ ହରାଇ ଏକ କାର୍ ଉପରେ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ କାର୍‌ରେ ଥିବା ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଫାରୀ ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଥିଲେ । ସେମାନଙ୍କୁ ବିଶାଖାପାଟଣାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ମୃତକମାନେ ହେଲେ ସୁନାବେଡା ଗଞ୍ଜାମ କଲୋନୀର ବିକାଶ ପାତ୍ର, ଡିପି କ୍ୟାମ୍ପର ଦିବ୍ୟ ରଞ୍ଜନ ପାତ୍ର, ଏଇଏଫ କଲୋନର ଆଶୁତୋଷ ରଣା  । ସେହିପରି  ସଫାରୀର ଆହତ ଡ୍ରାଇଭରର ନାଁ ପ୍ରମୋଦ କୁମାର ସ୍ୱାଇଁ ବୋଲି ଜଣାପଡ଼ିଛି। ସେପଟେ ଘଟଣାର ତଦନ୍ତ ସୁନାବେଡ଼ା ପୁଲିସ କରୁଥିବା ବେଳେ ତିନି ଜଣ ଯୁବକଙ୍କ ମୃତ୍ୟୁ ଖବର ଶୁଣି ସେମାନଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.