ପ୍ରମୂଖ ଖବର
  • ସମ୍ୱଲପୁର : ଯକୃତ ଦାନ କରିଥିଲେ ବଡ଼ ଯାଆ, ସେପଟିକ୍ ହେବାରୁ ଆଖି ବୁଜିଦେଲେ ସାନ ଯାଆ
  • ||
  • ମାଲକାନଗିରି ସୀମାନ୍ତରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ,ଜଣେ ଯବାନ ଗୁରୁତର
  • ||
  • ବୋରିଗୁମ୍ମା : ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଭାରସାମ୍ୟ ହରାଇ ଓଲଟିଲା ଓଏସଆରଟିସି ବସ୍‌, ୧୨ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ
  • ||

ଗୋଟିଏ ଦିନରେ ୩ ଘରୁ ଚୋରି, ୨କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

Published By : Harapriya Sethi | February 22, 2025 11:41 AM

ଭୁବନେଶ୍ୱର,୨୨/୦୨: ବୋରିଗୁମ୍ମା ଥାନା ଅଞ୍ଚଳରେ ବଡ଼ ଧରଣର ଲୁଟ୍‌ । ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ଦୁର୍ବୃତ୍ତ । ଗୋଟିଏ ଦିନରେ ୩ ଟି ଘରୁ କରିଲେ ଚୋରି । ପ୍ରାୟ ୨ କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ବୋରିଗୁମ୍ମା ଥାନା ଅଞ୍ଚଳରେ ବିଗତ ଦିନରେ ଅନେକ ଲୁଟ୍‌ ଘଟଣା ସାମ୍ନାକୁ ଆସିଛି । ହେଲେ ଏଥର ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଦୁର୍ବୃତ୍ତ । ବୋରିଗୁମ୍ମା ଅଞ୍ଚଳର ୩ଟି ଘରୁ ପ୍ରାୟ ୨ କୋଟି ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍ କରି ନେଇଛନ୍ତି ଦୁର୍ବୃତ୍ତ । ଏନେଇ ଥାନାରେ ଅଭିଯୋଗ ହେବା ପରେ ବୋରିଗୁମ୍ମା ପୋଲିସ ଉକ୍ତ ୩ ଟି ସ୍ଥାନରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । ତଦନ୍ତ ପରେ ଚୋରଙ୍କୁ ଧରିବାରେ ପୋଲିସ ପଫଳ ହେବ ବୋଲି ଆଶା କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.