ପ୍ରମୂଖ ଖବର
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ହିଟମ୍ୟାନଙ୍କ ନାମରେ ଐତିହାସିକ ୱାର୍ଲ୍ଡ ରେକର୍ଡ ; ପଛରେ ପଡିଲେ ଧୋନୀ

Published By : Ankita S | March 5, 2025 9:29 AM

ନୂଆଦିଲ୍ଲୀ,୦୫/୦୩: ସବୁ ଆକାଂକ୍ଷା ଓ ଆଲୋଚନାର ଅନ୍ତ ଘଟାଇ ଭାରତ ପଞ୍ଚମ ଥର ପାଇଁ ଆଇସିସି ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ପ୍ରବେଶ କରିଛି । ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ଏଣ୍ଟ୍ରି କରିଛି ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ବାଧୀନ ଟିମ୍ ଇଣ୍ଡିଆ । ୪ ୱିକେଟରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ । ଏହି ବିଜୟ ସହିତ ହିଟମ୍ୟାନ ରୋହିତ ଶର୍ମାଙ୍କ ନାମରେ ୱାର୍ଲ୍ଡ ରେକର୍ଡ ଯୋଡି ହୋଇଛି । ଯେଉଁଥିରେ ସେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ପଛରେ ପକାଇ ଦେଇଛନ୍ତି ।

ରୋହିତଙ୍କ ନାଁ ରେକର୍ଡ- ଅଷ୍ଟ୍ରେଲିଆକୁ ହରାଇ ଭାରତ ଆଇସିସି ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ପ୍ରବେଶ କରିଛି । ଏହି ବିଜୟ ସହ ଅଧିନାୟକ ଭାବେ ରୋହିତ ଶର୍ମାଙ୍କ ନାମରେ ଆଉ ଏକ ରେକର୍ଡ ଯୋଡି ହୋଇଛି । ସେ ଭାରତର ପ୍ରଥମ ଅଧିନାୟକ ଭାବେ ଆଇସିସିର ସବୁ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଦଳକୁ ପହଞ୍ଚାଇଛନ୍ତି । ତାଙ୍କ ନେତୃତ୍ବରେ ଭାରତ ୨୦୨୩ ବିଶ୍ବ ଟେଷ୍ଟ ଚାମ୍ପିଅନସିପ, ୨୦୨୩ ଦିନିକିଆ ବିଶ୍ବକପ ଓ ଚଳିତ ଚାମ୍ପିଅନ୍ସ ଟ୍ରଫି ଫାଇନାଲ ଖେଳିବା ସହ ୨୦୨୪ ଟି-ଟ୍ବେଣ୍ଟି ବିଶ୍ବକପ ଚାମ୍ପିଅନ ହୋଇଛି । ଏହି ରେକର୍ଡ ସହ ରୋହିତ ମହେନ୍ଦ୍ର ସିଂହ ଧୋନୀଙ୍କୁ ପଛରେ ପକାଇ ଦେଇଛନ୍ତି । ଧୋନୀଙ୍କ ନେତୃତ୍ବରେ ଭାରତ ୩ଟି ଆଇସିସି ଟ୍ରଫି ଜିତିଛି । ଏମଏସଡିଙ୍କ ନେତୃତ୍ବରେ ଟି-୨୦ ବିଶ୍ବକପ ୨୦୦୭, ୨୦୧୧ ଦିନିକିଆ ବିଶ୍ବକପ ଓ ୨୦୧୩ ଚାମ୍ପିଅନ୍ସ ଟ୍ରଫି ଜିତିଥିଲା ଭାରତ ।

ଅଧିକ ପଢନ୍ତୁ...ବିଶ୍ବକପ୍‌ ପ୍ରତିଶୋଧ ନେଲା ଭାରତ; ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପକ୍କା କଲା ସ୍ଥାନ

କହି ରଖୁଛି କି, ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା । ପ୍ରଥମେ ବ୍ୟାଟିଂ କରି ୪୯.୫ ଓଭରରେ ୨୬୪ରନ କରି ଅଲଆଉଟ ହୋଇଥିଲା ଅଷ୍ଟ୍ରେଲିଆ । ଜବାବରେ ଭାରତ ୪୮.୧ ଓଭରରେ ୬ ୱିକେଟ ହରାଇ ଟାର୍ଗେଟ ହାସଲ କରି ନେଇଥିଲା । ଏହି ବିଜୟ ସହ ଭାରତ ଫାଇନାଲରେ ସ୍ଥାନ ପକ୍କା କରିଛି । ଆଜି ନ୍ୟୁଜିଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ବିତୀୟ ସେମି ଫାଇନାଲ ଖେଳାଯିବ । ବିଜୟୀ ଦଳ ଟାଇଟଲ ଲଢେଇରେ ଭାରତକୁ ଭେଟିବ । ଆସନ୍ତା ୯ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.