ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ସମ୍ବଲପୁରୀ ଅଭିନେତ୍ରୀ ରୁକସାନା ବାନୁ ମୃତ୍ୟୁ ଘଟଣାରେ ଟ୍ଵିଷ୍ଟ : ସିଙ୍ଗର ରୁକୁ ସୁନାଙ୍କୁ ଦାୟୀ କଲେ ପରିବାର

ସମ୍ବଲପୁର, ୧୯/୦୯ : ସମ୍ବଲପୁରୀ ଅଭିନେତ୍ରୀ ରୁକସାନା ବାନୁଙ୍କ ମୃତ୍ୟୁ ଘଟଣାରେ ଟ୍ବିଷ୍ଟ୍। ମୃତ୍ୟୁ ପୂର୍ବର ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କଲେ ରୁକସାନାଙ୍କ ମା। ଝିଅର ମୃତ୍ୟୁ ପାଇଁ ସିଙ୍ଗର ରୁକୁ ସୁନାଙ୍କୁ ଦାୟୀ କଲେ ପରିବାର। ରୁକୁ ସୁନା ତାଙ୍କ ଝିଅକୁ ଦୁଇ ମାସ ଧରି ନିର୍ଯାତନା ଦେଇ ଆସୁଥିବା ରୁକସାନାଙ୍କ ମା ସୋସିଆଲ ମଡିଆରେ କହିଛନ୍ତି। ରୁକସାନାଙ୍କ ସୋସିଆଲ ମିଡିଆ ଇନଷ୍ଟାଗ୍ରାମ ହ୍ୟାଣ୍ଡଲରେ ଭିଡିଓଟି ପୋଷ୍ଟ କରାଯାଇଛି। 

ରୁକସାନାଙ୍କ ମାଙ୍କ ଅଭିଯୋଗ ଅନୁଯାୟୀ, ବରଗଡ଼ରେ ସୁଟ୍ ହୋଇଥିବା 'ସମ୍ବଲପୁରୀଆ ଫୁଲ' ଗୀତରେ ରୁକସାନା ଅଭିନୟ କରିବା ପରେ ବିବାଦ ଆରମ୍ଭ ହୋଇଥିଲା। ଏପରିକି ଏହି ଗୀତରେ ଅଭିନୟ ପରେ ରୁକସାନାଙ୍କୁ ଅନ୍ୟ ସମସ୍ତ ପ୍ରକଡ୍ସକନରୁ ଜାଣିଶୁଣି ବାଦ୍ ଦିଆଯାଇଥିଲା। ସମ୍ବଲପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ମନୋଜ ମିଶ୍ରଙ୍କ ସହ ରୁକସାନା ଯୋଗଦେବା ଘଟଣା ପରେ ରୁକୁ ସୁନା ତାଙ୍କୁ ନିର୍ଯାତନା ଦେବା ଆରମ୍ଭ କରିଥିଲେ। ସୁଟିଂ ସେଟରେ ରୁକସାନା ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଷଡ଼ଯନ୍ତ୍ର ହୋଇଥିବା ସେ ଅଭିଯୋଗ କରିଛନ୍ତି।

ପ୍ରକାଶ ଥାଉକି, ୧୫ ଦିନ ତଳେ ବଲାଙ୍ଗିରରେ ସୁଟିଂ ବେଳେ ରୁକସାନା ବାନୁ ଅସୁସ୍ଥ ହୋଇପଡ଼ିଥିଲେ। ଗତ ଅଗଷ୍ଟ ୨୭ରେ ତାଙ୍କୁ ପ୍ରଥମେ ଭବାନୀପାଟଣା, ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ପରେ ବରଗଡ଼ର ଏକ ଘରୋଇ ମେଡିକାଲରେ ଚିକିତ୍ସା କରାଯାଉଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ଵର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧିନ ଅବସ୍ଥାରେ ରୁକସାନାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁର କାରଣ ସ୍କ୍ରବ୍ ଟାଇଫସ୍ ବୋଲି କୁହାଯାଉଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.