ପ୍ରମୂଖ ଖବର
  • ଗୁଜୁରାଟରେ କୋଷ୍ଟଗାର୍ଡର ଆଡ୍‌ଭାନ୍ସ ହେଲିକପ୍ଟର ଦୁର୍ଘଟଣାଗସ୍ତ, ୩ ମୃତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ଭୁଶୁଡ଼ିଲା ନିର୍ମାଣଧୀନ ବକ୍ସ ଡ୍ରେନ ସ୍ଲାବ୍, ଜଣେ ଆହତ
  • ||
  • ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଇବାକୁ ନେଇ ଆଇନମନ୍ତ୍ରୀଙ୍କ ପ୍ରତିକ୍ରିୟା, ନିଆଯିବ ଆଇନଗତ କଠୋର କାର୍ଯ୍ୟାନୁଷ୍ଠାନ
  • ||
  • କଟକ ମାତୃଭବନ ନିକଟ ଭୁଶୁଡ଼ିଲା ନିର୍ମାଣାଧୀନ ବକ୍ସଡ୍ରେନ୍ ପାଚେରୀ
  • ||
  • ପାଟଣା : ହାତୀଠାରୁ ବଞ୍ଚିବା ବେଳେ ନିଆଁରେ ପଡ଼ିଗଲେ ମହିଳା, ଚାଲିଗଲା ଜୀବନ
  • ||
  • ବର୍ଡର-ଗାଭାସ୍କର ଟ୍ରଫି ; ଭାରତର WTC ଆଶା ଧୂଳିସାତ୍ , ୩-୧ରେ ସିରିଜ ସିଲ କଲା ଅଷ୍ଟ୍ରେଲିଆ
  • ||
  • ଛତିଶଗଡ଼ରେ ବଡ଼ ଏନକାଉଣ୍ଟର: ଟଳିଲେ ୪ ନକ୍ସଲ, ଜଣେ କନଷ୍ଟେବଳ ସହିଦ
  • ||
  • ଆଫଗାନିସ୍ତାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରେକର୍ଡ
  • ||
  • ଆଜି ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ, ଜନଜାତି ଶିକ୍ଷାର୍ଥୀଙ୍କ ଖାତାକୁ ଯିବ ୫ ହଜାର ଟଙ୍କା
  • ||
  • ପିକିନିକ ସାରି ଫେରୁଥିଲେ ; ଅଟୋକୁ ଧକ୍କା ଦେଲା ଟ୍ରକ୍ , ଚାଲିଗଲା ୪ ଜୀବନ
  • ||
  • ଆଜିଠୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା: ଖୋଲିବ ୧୪୭ ଷ୍ଟଲ୍‌
  • ||
  • ବରଗଡ଼ ଧନୁଯାତ୍ରା ଦ୍ୱିତୀୟ ଦିବସ: କାରାଗାରରେ ଦେବକୀଙ୍କ ଅଷ୍ଟମ ଗର୍ଭରୁ ଜନ୍ମ ନେଲେ ଶ୍ରୀକୃଷ୍ଣ
  • ||
  • ବଲାଙ୍ଗୀର : ବାଇକ୍‌କୁ ପିଟିଲା ଟ୍ରକ୍‌: ଜଣେ ମୃତ, ଦୁଇ ଗୁରୁତର
  • ||
  • ଶ୍ରୀମନ୍ଦିର ଉପରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
  • ||
  • ଦୁଲୁକିଲା ମାଷ୍ଟରକ୍ୟାଣ୍ଟିନରୁ ରାମମନ୍ଦିର, ଶୀତୁଆ ସକାଳରେ ପଥୋତ୍ସବର ମଜା ନେଲେ ରାଜଧାନୀବାସୀ
  • ||

ଆରମ୍ଭ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା, ମା’ ରମାଦେବୀଙ୍କ ୧୨୫ତମ ଜନ୍ମ ବାର୍ଷିକୀ ପାଳିବେ ସରକାର

Published By : Harapriya Sethi | January 3, 2025 10:10 AM

ଭୁବନେଶ୍ୱର,୦୩/୦୧: ସ୍ୱାଧୀନତା ସଂଗ୍ରାମୀମାନେ ଆମର ଅମୂଲ୍ୟ ରତ୍ନ । ସେମାନେ ଯେଉଁ ତ୍ୟାଗ କରିଛନ୍ତି ତା’ର ମୂଲ୍ୟ କେହି ଦେଇପାରିବେ ନାହିଁ । ଆମେ କେବଳ ତାଙ୍କୁ ସମ୍ମାନ ଦେଇପାରିବା ଏବଂ ସେମାନଙ୍କ ସ୍ମୃତିକୁ ଉଜ୍ଜୀବିତ କରି ରଖିପାରିବା । ଏହି କ୍ରମରେ ବରଗଡ଼ ଜିଲ୍ଲାର ମହାନ ସ୍ୱାଧୀନତା ସଂଗ୍ରାମୀ ସହିଦ୍‌ ମାଧୋ ସିଂହଙ୍କ ତ୍ୟାଗ ଓ ବଳିଦାନର ସମ୍ମାନାର୍ଥେ ଆସନ୍ତା ୫ ତାରିଖରେ ‘ସହିଦ ମାଧୋ ସିଂହ ହାତଖର୍ଚ୍ଚ ଯୋଜନା’ ଆରମ୍ଭ ହେବ । ସେହିପର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ରମାଦେବୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନ କ୍ଷେତ୍ରରେ ମଧ୍ୟ ସରକାର ପଛଘୁଞ୍ଚା ଦେବେ ନାହିଁ । ଏଥିପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ ହେବ । ଗୁରୁବାର ସ୍ଥାନୀୟ ସ୍ୱାଧୀନତା ସଂଗ୍ରାମୀ ସଦନଠାରେ ଆୟୋଜିତ ୩୮ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଭାରତର ସ୍ୱାଧୀନତା ସଂଗ୍ରାମ ସ୍ୱତନ୍ତ୍ର ଓ ଅନନ୍ୟ । ଗାନ୍ଧିଜୀଙ୍କ ନେତୃତ୍ୱରେ ଚାଲିଥିବା ସ୍ୱାଧୀନତା ସଂଗ୍ରାମର ମୁଖ୍ୟଧାରା ବିଷୟରେ ଆମେ ସମସ୍ତେ ଜାଣିଛେ । କିନ୍ତୁ, ଭାରତବର୍ଷରେ ଆହୁରି ଅନେକ ମହାନ ବ୍ୟକ୍ତି ନିଜ ନିଜ ବିଚାରଧାରାରେ ଆନ୍ଦୋଳନ କରୁଥିଲେ । ଆମେ ସେମାନଙ୍କ କଥା ଜାଣିନାହୁଁ । ମାତଙ୍ଗିନୀ ହାଜରାଙ୍କ ଉପରେ ଗୋଟିଏ ଦିନରେ ତିନି ଥର ଗୁଳି ମରା ଯାଇଥିଲା । ବୀର ବାଘା ଯତୀନ, ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ବାଜି ରାଉତଙ୍କ ପରି ଅନେକ ବୀର ସଂଗ୍ରାମୀଙ୍କୁ ଇତିହାସରେ ଯଥୋଚିତ ସ୍ଥାନ ମିଳିନାହିଁ । ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରିଥିବା ସମସ୍ତ ବରପୁତ୍ରଙ୍କୁ ସମ୍ମାନ ଦେବାରେ ଆମ ସରକାର କେବେ ବି ଅବହେଳା କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମହୋତ୍ସବରେ ଯୋଗଦେଇଥିବା ଦେଶର ୧୦ ରାଜ୍ୟରୁ ସ୍ୱାଧୀନତା ସଂଗ୍ରାମୀଙ୍କ ଦାୟାଦମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ । 

ଏହି ଅବସରରେ ସ୍ୱାଧୀନତା ସଂଗ୍ରାମୀ ସଦନ ପରିସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏକ ଫଟୋଚିତ୍ର ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବା ସହ ବୁଲି ଦେଖିଥିଲେ । କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ତଥା ମହୋତ୍ସବ ଅଭ୍ୟର୍ଥନା କମିଟି ଅଧ୍ୟକ୍ଷ ପୃଥ୍ୱୀରାଜ ହରିଚନ୍ଦନ ସ୍ୱାଗତ ଭାଷଣ ଦେଇଥିଲେ । ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହୋତ୍ସବ ସଭାପତି ବିମ୍ବାଧର ମୁଦୁଲି, ସାଂସଦ ଭର୍ତ୍ତୃହରି ମହତାବ, ବିରୋଧୀ ଦଳ ଉପ-ନେତା ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ବାବୁ ସିଂ, ବିଧାୟକ ସାରଦା ପ୍ରଧାନ, ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ ଓ ସୁରେଶ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ରହି ଅଭିଭାଷଣ ରଖିଥିଲେ । ରାଜ୍ୟ ଯୁବ ସାମ୍ମୁଖ୍ୟ ସାଧାରଣ ସଂପାଦକ ବିରୂପାକ୍ଷ ତ୍ରିପାଠୀଙ୍କ ସଂଯୋଜନାରେ ଆୟୋଜିତ ଏହି ସଭାରେ ସାଂସଦ ଶ୍ରୀ ମହତାବ ସଂଗ୍ରାମୀଙ୍କ ଦାୟାଦମାନଙ୍କ ଦାବି ସଂପର୍କରେ ଉପସ୍ଥାପନ କରିଥିଲେ । ଅପରାହ୍ନ ଅଧିବେଶନରେ ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡାଇ, ବିଧାୟକ ଗଣେଶ୍ୱର ବେହେରା, ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ, ଅମର ପ୍ରସାଦ ଶତପଥୀ, ଯୁବ ସାମ୍ମୁଖ୍ୟ କାର୍ଯ୍ୟକର୍ତ୍ତା ନିତ୍ୟାନନ୍ଦ ଶର୍ମା, ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ଅଧ୍ୟକ୍ଷ ଜଷ୍ଟିସ ମନୋରଞ୍ଜନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.