ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ସାଇକ୍ରିଷ୍ଣା ବସ୍ ଦୁର୍ଘଟଣା, ଆସିକାରୁ ଚୋରି କରିନେଇଥିଲେ ଦୁର୍ବୃତ୍ତ

Published By : Prameya | December 8, 2024 2:05 PM

ଆସିକା, ୮।୧୨: ଆସିକା ବସଷ୍ଟାଣ୍ଡରୁ ଚୋରି ହୋଇଥିବା ସାଇ କ୍ରିଷ୍ଣା ବସ୍ ଗଞ୍ଜାମରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦେଖିବାକୁ ମିଳିଛି । ଗାଡ଼ି ଭିତରେ କେହି ଯାତ୍ରୀ ନଥିବା ବେଳେ କିଏ କାହିଁକି ଗାଡ଼ି ଚୋରି କରିଛି ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏପରିକି ଆସିକାରୁ ଚୋରି ହେଉଥିବା ବେଳେ ଭିଡିଓ ମଧ୍ୟ ସିସିଟିଭିରେ କଏଦ୍ ହୋଇଛି । ରାତି ୨ଟା ୧୧ରେ ଏହି ବସ୍ ଚୋରି ହୋଇଥିବା ଜଣାପଡ଼ିଛି । 

ଖବର ପାଇ ଗଞ୍ଜାମ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବସକୁ ଜବତ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛି । ବସଟି ଭୁବନେଶ୍ୱର ପଟୁ ଦ୍ରୁତ ଗତିରେ ଆସି ଡିଭାଇଡର ଡେଇଁ ଅପରପାର୍ଶ୍ଵର ଏକ ଢାବା ନିକଟସ୍ଥ ରୋଡ୍ ତଳକୁ ପଶିଯାଇଛି । ବସ ମାଲିକ ଖବର ଜାଣିବା ପରେ ଘଟଣାସ୍ଥଳରେ ପହଞ୍ଚିଛନ୍ତି । କିଛି ଦିନ ତଳେ ଭଞ୍ଜନଗର ବସଷ୍ଟାଣ୍ଡରୁ ମଧ୍ୟ ଏକ ବସ୍ ଚୋରି ହୋଇ ଗଞ୍ଜାମରେ ଉଦ୍ଧାର ହୋଇଥିଲା । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.