ପ୍ରମୂଖ ଖବର
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି...

Published By : Ladu Kishor | November 1, 2024 7:05 PM

କଟକ ୦୧/୧୧ ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ସମୀର ଦେ ଅସୁସ୍ଥ। ସମୀର ଦେ ହଠାତ ଅସୁସ୍ଥ ହୋଇପଡିବା କାରଣରୁ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ହେବା କାରଣରୁ ତାଙ୍କୁ ହସ୍ପିଟାଲ ରେ ଭର୍ତ୍ତି କରାଯାଇଛି । ତେବେ ସମୀରଦେଙ୍କ ଛାତିରେ ସଂକ୍ରମଣ ହୋଇଥିବା ଜଣା ପଡ଼ିଛି । ଗତ ଆଠ ଦିନ ତଳେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଛି । ପୂର୍ବରୁ ସମୀର ଦେ ଙ୍କ ସଫଳ କିଡନୀ ପ୍ରତିରୋପଣ କରାଯାଇଥିଲା । ଏବେ ସମୀର ଦେଙ୍କ ଅବସ୍ଥା ସ୍ଥିର ଥିବା ମେଡିକାଲ ପକ୍ଷରୁ କୁହାଯାଇଛି । ସେ ସମ୍ପୂର୍ଣ ସୁସ୍ଥ ହେବା ପରେ ଡିସଚାର୍ଜ କରାଯିବ ବୋଲି ଜଣା ପଡ଼ିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.