ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ବାଲି ମାଫିଆଙ୍କ ଦାଦାଗିରି, ପଥରରେ ଛେଚି ଯୁବକଙ୍କୁ ଲହୁଲୁହାଣ କଲେ ଦୁର୍ବୃତ୍ତ

Published By : Harapriya Sethi | December 28, 2024 10:44 AM

ଉଦଳା, ୨୮/୧୨: ବାଲି ମାଫିଆଙ୍କ ପୁଣି ଦାଦାଗିରି। ସପ୍ତାହେ ପୂର୍ବରୁ ବେଆଇନ ବାଲି ଜବତ କରିବାକୁ ଯାଇଥିବା ବେଳେ କପ୍ତିପଦା ଥାନା ଅଧିକାରୀଙ୍କୁ ବାଲି ମାଫିଆ ଆକ୍ରମଣ କରିଥିଲେ । ଘଟଣାକୁ ସାତ ଦିନ ବିତି ନ ଥିବା ବେଳେ ପୁଣି ଥରେ କପ୍ତିପଦା ଥାନା ଅଞ୍ଚଳରୁ ଆସିଛି ବାଲି ମାଫିଆଙ୍କ ଦାଦାଗିରିର ଘଟଣା। 

ସୂଚନା ମୁତାବକ, ଶୁକ୍ରବାର ରାତିରେ ବାଲି ମାଫିଆମାନେ ବଜରପୁର ବାଲି ଘାଟରୁ ଚୋରା ବାଲି ଚାଲାଣ କରୁଥିଲେ। ଚୋରା ଚାଲାଣ କରୁଥିବା ଦ୍ରୁତଗତିରେ ଟ୍ରାକ୍ଟର ଗୁଡିକ ଗାଁ ଭିତରେ ଯାଉଥିଲା। ଗାଁର ଯୁବକ ମାନସ କୁମାର ସାହୁ ଟ୍ରାକ୍ଟର ଅଟକାଇ ଦ୍ରୁତଗତିରେ ଚଳାଇବା ପାଇଁ ମନା କରିଥିଲେ । ଏହାକୁ ନେଇ ତାତିଥିଲେ ବାଲି ମାଫିଆ। ୪ ରୁ ୫ ମାଫିଆ ଯୁବକଙ୍କୁ ଅତର୍କିତ ଆକ୍ରମଣ କରିବା ସହିତ ପଥରରେ ତାଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ମାନସଙ୍କ ମୁଣ୍ଡ ଫାଟି ପ୍ରବଳ ରକ୍ତସ୍ରାବ ହୋଇଥିଲା। ତାଙ୍କ ଚିତ୍କାର ଶୁଣି ଗ୍ରାମବାସୀ ଆସି ତାଙ୍କୁ ଗୁରୁତର ଅବସ୍ଥାରେ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ତେବେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିବା ସହିତ ଗୋଟିଏ ଟ୍ରାକ୍ଟର ମଧ୍ୟ ଜବତ କରିଛି।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.