ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ସୂର୍ଯ୍ୟ ମନ୍ଦିରରୁ ବାହାରିବ ବାଲି, ଅନୁଧ୍ୟାନ କଲେ ଏଡିଜି

Published By : Harapriya Sethi | December 7, 2024 11:32 AM

କୋଣାର୍କ,୦୭/୧୨: ଶନିବାର ଏଏସଆଇ ଏଡିଜି ଜାନଭି ଶର୍ମା କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢା ପ୍ରକ୍ରିୟା ଏବଂ ସୂର୍ଯ୍ୟ ମନ୍ଦିର ସଂରକ୍ଷଣ ନେଇ ଅନୁଧ୍ୟାନ କରିଛନ୍ତି । ତାଙ୍କ ସହିତ ଡାଇରେକ୍ଟର କନଜରଭେସନ, ସର୍କଲ ସୁପରିଟେଣ୍ଡେଣ୍ଟ ଡ଼ଃ ଡି.ବି ଗଡ଼ନାୟକ, ଡେପୁଟି ସୁପରିଟେଣ୍ଡେଣ୍ଟ ଚିତ୍ତରଞ୍ଜନ, ଆଇଆଇଟି ଚେନ୍ନାଇ ଏବଂ ଦିଲ୍ଲୀର ୧୫ଜଣିଆ ଟିମ୍, ବୈଷୟିକ ଦଳର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ । ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ରହି ମନ୍ଦିରର ଉତ୍ତର ଓ ଦକ୍ଷିଣ ଦ୍ୱାର, ଜଗମୋହନ ଦ୍ବାର ବୁଲି ଦେଖିବା ସହିତ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢ଼ା ପ୍ରକ୍ରିୟା, ସମୟାନୁଯାୟୀ ମନ୍ଦିରର ଭିତ୍ତିଭୂମିର ଅବସ୍ଥିତି, ମନ୍ଦିର ସଂରକ୍ଷଣ ଆଦି ଅନୁଧ୍ୟାନ କରିଥିଲେ। 

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୮ତାରିଖରେ ଏଏସଆଇ ଏଡିଜି ଜାନଭିଜ ଶର୍ମା ସୂର୍ଯ୍ୟ ମନ୍ଦିର ସଂରକ୍ଷଣ ଅନୁଧ୍ୟାନ କରି ଫେରିଥିଲେ । ୨୦୨୨ ସେପ୍ଟେମ୍ବର ମାସ ୮ତାରିଖରେ ଏଏସଆଇ ଓ ବିଡିଆର ନିର୍ମାଣ ବିଭାଗ ସୂର୍ଯ୍ୟ ମନ୍ଦିର ଗର୍ଭଗୃହ ଦ୍ୱାର ନିକଟରେ ପୂଜାର୍ଚ୍ଚନା ସହିତ ହୋମଯଜ୍ଞ କରି ଶୁଭ ଦେଇଥିଲେ । ୨୦୨୩ ଜାନୁୟାରୀ ମାସରେ କାର୍ଯ୍ୟ ଆରମ୍ଭ ହୋଇଥିଲା । ପ୍ରାଥମିକ ପର୍ଯ୍ୟାୟରେ ମନ୍ଦିର ଉତ୍ତର ଓ ପଶ୍ଚିମ କୋଣରେ ଲିଫ୍ଟ ପାଇଁ ମୂଳଦୁଆ ନିର୍ମାଣ ପରେ ଲୁହା ବିମ୍‌ ଲଗାଯାଇଥିଲା । ପରେ ଟନେଲ୍‌ ଓ ଲିଫ୍ଟ ନିର୍ମାଣ ନିମନ୍ତେ ଫର୍ମାଟ୍ ଓ ଲେଆଉଟ୍ କାର୍ଯ୍ୟ ଆରମ୍ଭ ହୋଇଥିଲା। ସେହିଭଳି ଦକ୍ଷିଣ ପାର୍ଶ୍ୱରେ ଲୁହା ବିମ୍ ସାହାଯ୍ୟରେ ମନ୍ଦିର ଚୂଡାକୁ ପାହାଚ ନିର୍ମାଣ ସରିଛି। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.