ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ସରପଞ୍ଚଙ୍କୁ ବିଡ଼ିଓଙ୍କ ଦୁର୍ବ୍ୟବହାର ଅଭିଯୋଗ : ମୁଖ୍ୟମନ୍ତ୍ରୀ ଓ ସାଂସଦଙ୍କୁ ଭେଟିଲା ସରପଞ୍ଚ ସଂଘ

ଦାରିଙ୍ଗବାଡି,୨୩/୯(ଆପ୍ର): ଦାରିଙ୍ଗବାଡି ବିଡ଼ିଓ ଗଦାଧର ପାତ୍ର ସରପଞ୍ଚଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗ ରେ ଦାରିଙ୍ଗବାଡି ସରପଞ୍ଚ ସଂଘ ପ୍ରଥମେ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହୋଇ ଅଭିଯୋଗ  କରିଥିଲେ।  ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ସଂଘ ପକ୍ଷରୁ ଅଭିଯୋଗ ପତ୍ର ପ୍ରଦାନ କରାଯାଇଥିଲା  । ଏହାପରେ ସୋମବାର ଦିନ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କୁ ଭେଟି ଦାରିଙ୍ଗବାଡି ସରପଞ୍ଚ ସଂଘ ପକ୍ଷରୁ ଅଭିଯୋଗ ପତ୍ର ପ୍ରଦାନ କରାଯାଇଛି ।  

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ  ଓ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ବାବଦ କୁ ରାଜ୍ୟ ସରକାର ପ୍ରତ୍ୟେକ ପଞ୍ଚାୟତ କୁ ୩ ଲକ୍ଷ ଲେଖାଏଁ ପ୍ରଦାନ କରିଥିବା ବେଳେ ତାହାକୁ ସମସ୍ତ ପଞ୍ଚାୟତ ସଠିକ୍ ଭାବେ ପାଇନଥିବା  ବେଳେ ଏଥିରେ ଦୁର୍ନୀତି ହୋଇଥିବା ମୁଖ୍ୟମନ୍ତ୍ରୀ ଓ ସାଂସଦକୁ ସଂଘ ଅଭିଯୋଗ କରିଛି । ଏଥି ସହିତ ସୁଭଦ୍ରା ଯୋଜନା ଓ ପିଏମ୍ ବିଶ୍ଵକର୍ମା ଯୋଜନା କର୍ମଶାଳାରେ ବିଡ଼ିଓ ସରପଞ୍ଚଙ୍କୁ ଦୁର୍ବ୍ୟବହାର କରିବା ସହ ପୂର୍ବରୁ ଅନ୍ୟ ସରପଞ୍ଚ ମାନଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ସଂଘ ମୁଖ୍ୟମନ୍ତ୍ରୀ ଓ ସାଂସଦଙ୍କୁ ଲିଖିତ ଭାବେ ଜଣାଇଛନ୍ତି । ଉକ୍ତ ଘଟଣା ନେଇ କନ୍ଧମାଳ ଜିଲ୍ଲାପାଳଙ୍କୁ ଗତ ୩ ତାରିଖ ଦିନ ଅଭିଯୋଗ ପ୍ରଦାନ କରାଯାଇଥିଲେ ସୁଧା ଆଜି  ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇ ନଥିବା ସରପଞ୍ଚ ସଂଘ ପକ୍ଷରୁ ଅଭିଯୋଗ ହୋଇଛି । ବିଡ଼ିଓ ଙ୍କ ଯଥା ଶୀଘ୍ର ଜିଲ୍ଲା ବାହାରକୁ ବଦଳି ସହ ହୋଇଥିବା ଦୁର୍ନୀତିର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଓ ସାଂସଦ ଙ୍କ ପାଖରେ ସଂଘ ପକ୍ଷରୁ ଦାବି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.