ପ୍ରମୂଖ ଖବର
  • ସମ୍ବଲପୁର : ଲୁହା ଖଣ୍ଡ ପଡି ବୁଢାରାଜା ୟୁପି ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଅକ୍ଟୋବର ୨ ରୁ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ, ୧୪୭ ନିର୍ବାଚନ ମଣ୍ଡଳୀରେ ହେବ ପଦଯାତ୍ରା
  • ||
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଙ୍କବିଜାରେ ବାଣ୍ଟିବେ ସୁଭଦ୍ରା କିସ୍ତି ଟଙ୍କା

Published By : Manoj | August 8, 2025 2:54 PM

ଜୟପୁର,୦୮/୦୮: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ  ବାଙ୍କବିଜାରେ ଆୟୋଜିତ ସମାବେଶରେ  ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ  ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ  କରିବେ । ଏହାକୁ ନେଇ ପ୍ରଶାସନ ପକ୍ଷରୁ  ପ୍ରସ୍ତୁତି ଜୋରଦାର କରାଯାଇଛି । ମାଟି ସମତଳ, ଟେଣ୍ଟବନ୍ଧା, ରାସ୍ତାରେ ଧଳା ଦାଗ, ଗଛଗୁଡ଼ିକରେ  ଚୂନ ଧଉଳା କାମ ତ୍ୱରାନ୍ୱିତ କରାଯାଇଛି । ବରିଷ୍ଠ  ପୁଲିସ, ପ୍ରଶାସନିକ ଅଧିକାରୀମାନେ କାର୍ଯ୍ୟକ୍ରମ  ତଦାରଖ କରିଛନ୍ତି । ମୁଖ୍ୟମନ୍ତ୍ରୀ ସ୍ଥାନୀୟ ସରସ୍ୱତୀ  ଶିଶୁ ବିଦ୍ୟାମନ୍ଦିର ପରିଦର୍ଶନ କରିପାରନ୍ତି ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇନି । 

ସହର ଉପକଣ୍ଠ ବାଙ୍କବିଜା ପଡ଼ିଆରେ ମୁଖ୍ୟକାର୍ଯ୍ୟକ୍ରମ ହେବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଆଖିରେ ରଖି ବ୍ୟାପକ ପ୍ରସ୍ତୁତି କରାଯାଇଛି । ଇଭେଣ୍ଟ ମ୍ୟାନେଜମେଣ୍ଟ ସଂସ୍ଥା ପକ୍ଷରୁ ପଡ଼ିଆରେ  ୩ ବିରାଟ ଟେଣ୍ଟ ଲଗାଯାଇଛି । ଯେଉଁଠି ୧୫ରୁ ୨୦ ହଜାର ଲୋକ ବସିପାରିବେ। ପାର୍କିଂ, ରୋଷେଇ,  ଶୌଚାଳୟ ସହ ଅନ୍ୟାନ୍ୟ ବ୍ୟବସ୍ଥା କରାଯାଇଛି । ଗୁରୁବାର ଅପରାହ୍ଣରେ ଜିଲ୍ଲାପାଳ, ଉପଜିଲ୍ଲାପାଳ,  ଏସ୍‌ପି, ଏସ୍‌ଡିପିଓଙ୍କ ସହ ବିଭିନ୍ନ ବିଭାଗୀୟ  ଅଧିକାରୀ ପଡ଼ିଆ ପରିଦର୍ଶନ କରିଥିଲେ । କାମ ଅଗ୍ରଗତିର ତଦାରଖ କରିଥିଲେ । ଗତ  ୬ ତାରିଖ ରାତିରେ ଏସ୍‌ପି, ଏସ୍‌ଡିପିଓଙ୍କ  ସହ ଟାଉନ ଏବଂ ସଦରଥାନା ଆଇଆଇସି ପାରବେଡ଼ା ଅଞ୍ଚଳ ପରିଦର୍ଶନ କରିଥିଲେ ।  

୯ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ  ମାଝୀ ଜୟପୁରରେ ସୁଭଦ୍ରା ଯୋଜନା ଟଙ୍କା  ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକଙ୍କ ସହ ବରିଷ୍ଠ  ପ୍ରଶାସନିକ ଅଧିକାରୀମାନେ ଯୋଗଦେବେ ।  ଅପରାହ୍ଣରେ ବୁଦ୍ଧିଜୀବୀ, କର୍ମକର୍ତ୍ତାଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.