ଅଦ୍ୟ ତା.୦୯.୦୫.୨୦୨୫ରିଖ, ମେଷ ୨୬ ଦିନ, ବୈଶାଖ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ଗତ ତ୍ରୟୋଦଶୀ, ଶନିବାର। ତ୍ରୟୋଦଶୀ: ସନ୍ଧ୍ୟା ୫ଟା ୩୮ ମିନିଟ୍। ଚିତ୍ରା: ରାତ୍ରି ୩ଟା ୧୫ମିନିଟ୍। କନ୍ୟାଚନ୍ଦ୍ର : ଅପରାହ୍ଣ ୧ଟା ୪୩ ମିନିଟ୍। ସୂର୍ଯ୍ୟୋଦୟ : ୫ଟା ୧୪ ମିନିଟ୍ ୩୮ ସେକେଣ୍ଡ, ସୂର୍ଯ୍ୟାସ୍ତ : ୬ଟା ୧୧ ମିନିଟ୍ ୪୮ ସେକେଣ୍ଡ। ଯୋଗିନୀ ଦକ୍ଷିଣେ, ସନ୍ଧ୍ୟା ୫ଟା ୩୦ ମିନିଟ୍ ଗତେ ଦକ୍ଷିଣେ। ସନ୍ଧ୍ୟା ୫ଟା ୩୦ ମିନିଟ୍ ଗତେ ପଶ୍ଚିମେ। ମୃତେ ଏକ ପାଦ ପୁଷ୍କର ଦୋଷ। ବାଇଗଣ ଖାଇବା ମନା, ଖାଇଲେ ପୁତ୍ରହାନି। ଅମୃତବେଳା : ସକାଳ ୫ଟା ୪୧ ମିନିଟ୍ ଗତେ, ଅପରାହ୍ଣ ୧୨ଟା ୦୩ ମିନିଟ୍ ମଧ୍ୟେ, ୩ଟା ୩୭ ମିନିଟ୍ ଗତେ, ୫ଟା ୩୧ମିନିଟ୍ ମଧ୍ୟେ।
ଆଜିର ରାଶିଫଳ
ମେଷ : ଷଷ୍ଠଚନ୍ଦ୍ର ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଉନ୍ନତି ମୂଳକ କର୍ମରେ ଧନର ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଏହାପରେ ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ଯେଉଁମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ।
ମେଷ : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ୟା ଦେଖାଦେବ। ଏହାପରେ ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ହୃତ ସମ୍ମାନ, ହୃତଗୌରବ ଫେରିପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ରୋହିଣୀବୃଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୦୨, ଆରାଧନା : ମା’ କମଳା।
ମିଥୁନ : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ସ୍ୱଜନରେ ବିବାଦ, ପରିବାରରେ ଅଶାନ୍ତି, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦୂରେଇ ଯାଉଥିବା ବ୍ୟକ୍ତି ନିକଟତର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ। ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ମା’ ଛିନ୍ନମସ୍ତା।
କର୍କଟ : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ତୃତୀୟ ଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ, କର୍ମରେ ସଫଳତା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ। ଏହାପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଅର୍ଜିଥିବା ଆୟ ବଦ୍ଖର୍ଚ୍ଚରେ ଯିବ ଏବଂ ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ପୁଷ୍ୟାକର୍କଟ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ଭଗବାନ ଶିବ।
ସିଂହ : ଘାତଚନ୍ଦ୍ର ଏବଂ ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ଏବଂ ଦେହ ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ ନୂତନ କର୍ମାରମ୍ଭର ଯୋଜନା କରିବେ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୮, ଆରାଧନା : ମା’ ମାଣିକେଶ୍ୱରୀ।
କନ୍ୟା : ଶ୍ରୀଚନ୍ଦ୍ର ଏବଂ ଦ୍ୱିତୀୟ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ। ଧନର ସତ୍ ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ। ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ। ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ। ଯେଉଁମାନଙ୍କର ହସ୍ତାକନ୍ୟା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ମେରୁନ୍, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ।
ତୁଳା : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମପ୍ରତି ଅନାଗ୍ରହ ଏବଂ ଚାଲିଚଳନ, ବ୍ୟବହାର ବିବାଦୀୟ ହେବ। ଏହାପରେ ଶ୍ରୀଚନ୍ଦ୍ର ଏବଂ ଶନିବାର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ। ବାଣିଜ୍ୟ, ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକସ୍ଥିତିରେ ସୁଧାର ଆସିବ। କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ। ଯେଉଁମାନଙ୍କର ସ୍ୱାତୀତୁଳା, ସେମାନେ ଉପକୃତହେବେ। ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା।
ବିଛା : ଏକାଦଶଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ। ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣହେବ ଏବଂ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାରେ ସମର୍ଥ ହେବେ। ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ। ଅପରାହ୍ଣ ୧ଟା ୪୨ ମିନିଟ୍ ପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ସମସ୍ତକର୍ମରେ ଅସଫଳ ହେବେ। ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ଚଣ୍ଡୀ।
ଧନୁ : ଦଶମ ଓ ଏକାଦଶଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ। ନୂତନ ବ୍ୟବସାୟ ଓ କର୍ମାରମ୍ଭର ସୁଯୋଗ ଜୁଟିବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ। ମହତ୍ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରିବେ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ଦେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୫, ଆରାଧନା : ମା’ ତାରା।
ମକର : ନବମ ଓ ଦଶମ ଚନ୍ଦ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ। ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା।
କୁମ୍ଭ : ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ବିଫଳତା, ବ୍ୟବସାୟରେ କ୍ଷତି, ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ। ଏହାପରେ ନବମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ଦୁଃଖ, କ୍ଲେଶ, ମାନସିକ ଅବସାଦରୁ ମୁକ୍ତି ମିଳିବ। ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ। ଯେଉଁମାନଙ୍କର ଶତଭିଷା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ। ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା।
ମୀନ : ସପ୍ତମ ଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଏବଂ ସପ୍ତମ ଚନ୍ଦ୍ର ଅପରାହ୍ଣ ୧ଟା ୪୨ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା, ବ୍ୟବସାୟରେ ଉତ୍ତମ ଆୟଏବଂ କର୍ମରେ ସଫଳତା ମିଳିବ। ଏହାପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ସମସ୍ତ କର୍ମରେ ଅନିୟମିତତା, ନିଜର ଲୋକଙ୍କ ସହ ଶତ୍ରୁତା ଏବଂ ସମସ୍ତ କର୍ମ ବିବାଦୀୟ ହେବ। ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଧଳା, ସଂଖ୍ୟା : ୭, ଆରାଧନା : ମା’ ମାତଙ୍ଗୀ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ: ୯୪୩୭୧୩୩୪୭୩