ପ୍ରମୂଖ ଖବର
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ମୁସଲିମ ମହିଳାଙ୍କୁ ଛାଡପତ୍ର ପରେ ଭରଣପୋଷଣ ଦେବ ସ୍ୱାମୀ, ସୁପ୍ରିମକୋର୍ଟ ଶୁଣାଣି

ନୂଆଦିଲ୍ଲୀ, ୧୦/୭: ମୁସଲିମ ମହିଳାଙ୍କୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ । ଛାଡ଼ପତ୍ର ପରେ ବି ଆଇନଗତ ଦୃଷ୍ଟିରୁ ସ୍ତ୍ରୀର ଭରଣ ପୋଷଣ ଦାୟିତ୍ୱ ନେବେ ସ୍ବାମୀ।  ରକ୍ଷଣାବେକ୍ଷଣ କ୍ଷେତ୍ରରେ ଧର୍ମ ବାଧା ସୃଷ୍ଟି କରିପାରିବ ନାହିଁ ବୋଲି ରାୟରେ ଦର୍ଶାଇଛନ୍ତି ସର୍ବୋଚ୍ଚ ଅଦାଲତ। 

ସୂଚନା ଅନୁସାରେ, ତେଲାଙ୍ଗାନାର ଜଣେ ମୁସଲିମ ମହିଳା ଓ ତାଙ୍କ ସ୍ୱାମୀ ମହମ୍ମଦ ଅବଦୁଲ ମସାଦଙ୍କ ମଧ୍ୟରେ ୨୦୧୭ରେ ଛାଡ଼ପତ୍ର ହୋଇଥିଲା। କିନ୍ତୁ ମହିଳା ଜଣକ ସିଆରପିସିର ଧାରା ୧୨୫ ଅନୁଯାୟୀ ସ୍ୱାମୀଙ୍କଠୁ ଭରଣ ପୋଷଣ ପାଇଁ ଦାବି କରିଥିଲେ। କିନ୍ତୁ ତାଙ୍କ ସ୍ୱାମୀ ଅବଦୁଲ ମସାଦ ଏହାକୁ ଚ୍ୟାଲେଞ୍ଜ କରିଥିଲେ। ଆଜି ସର୍ବୋଚ୍ଚ ଅଦାଲତର ଜଷ୍ଟିସ ବିଭି ନାଗାରତ୍ନ ଓ ଜଷ୍ଟିସ ଅଗସ୍ତିନ ଗର୍ଗ ମାସିହ ଏହା ଉପରେ ଶୁଣାଣି କରି ଅବଦୁଲଙ୍କ ଆବେଦନକୁ ଖାରଜ କରି ଦେଇଛନ୍ତି। ସିଆରପିସିର ଧାରା 1୨୫ ଅନୁସାରେ ଛାଡ଼ପତ୍ର ପରେ ବି ସ୍ୱାମୀ, ସ୍ତ୍ରୀର ଭରଣ ପୋଷଣ ଦାୟିତ୍ୱ ନେବାକୁ ବାଧ୍ୟ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଏଥିସହ ଭରଣ ପୋଷଣ ବାବଦକୁ ସ୍ତ୍ରୀକୁ ମାସିକ ୨୦ ହଜାର ଟଙ୍କା ଦେବାକୁ ଅବଦୁଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.