ପ୍ରମୂଖ ଖବର
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର

Published By : Rasmita Pradhan | January 17, 2025 9:55 AM

ଭୁବନେଶ୍ଵର, ୧୭/୦୧ : ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ଦରମା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକ ୧୧,୧୦୦ ଟଙ୍କା ଥିଲା। ଏବେ ୧୬ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। 

ଏହା ସହିତ ଏହି ବର୍ଗର ଶିକ୍ଷକମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି। ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ। ରାଜ୍ୟରେ ବର୍ତ୍ତମାନ ୧୩,୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଏଥିପାଇଁ  ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ।

ଅଧିକ ପଢନ୍ତୁ-ବଜେଟ୍ ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର, ଅଷ୍ଟମ ବେତନ କମିଶନକୁ କ୍ୟାବିନେଟ୍‌ ମଞ୍ଜୁରୀ

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।  ୧୬,୦୦୦ରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.