ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ସ୍କୁଲ,କଲେଜ ଶିକ୍ଷକ ଓ କର୍ମଚାରୀ ମିଳିତ ମଞ୍ଚର ବିଇଓ କାର୍ଯ୍ୟାଳୟ ଘେରାଉ

Published By : Suraj Kumar | August 2, 2025 4:21 PM

କେସିଙ୍ଗା,୨।୮:  କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଓଡିଶା ସ୍କୁଲ୍ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୬ ଦଫା ଦାବି ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଘେରାଉ କରିବା ସହ ଧାରଣା ଦେଇଛନ୍ତି।  ବିଇଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ମାରକ ପତ୍ର ପ୍ରଦାନ କରିଥିଲେ । 

ଅନୁଦାନ, ଚାକିରି ସର୍ତ୍ତାବଳୀ,ପେନସନ ଓ ଅନ୍ୟାନ୍ୟ କେତେକ ଉତ୍କଟ ସମସ୍ୟାରେ ଜର୍ଜରିତ ହେଉଛନ୍ତି ବୋଲି ସ୍କୁଲ୍ ,କଲେଜ ଶିକ୍ଷକ ଓ କର୍ମଚାରୀ ମିଳିତ ମଞ୍ଚ ଅଭିଯୋଗ କରିଛି । ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ତଥା ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମନ୍ତ୍ରୀ, ବିଧାୟକ ଏବଂ ବିଭାଗୀୟ ଅଧିକାରୀଙ୍କ ସହିତ ବିଭିନ୍ନ ଦାବି ଉପରେ ବାରମ୍ବାର ଆଲୋଚନା କରିଥିଲେ ସୁଦ୍ଧା କୌଣସି ସୁଫଳ  ମିଳି ନାହିଁ। ଓଡ଼ିଶାର ଶିକ୍ଷକ ଓ ଶିକ୍ଷା କର୍ମଚାରୀମାନେ ହତାଶା ହୋଇ ନିରାଶା ମଧ୍ୟରେ କାଳାତିପାତ କରୁଥିବା ନେଇ ମଞ୍ଚ ପକ୍ଷରୁ କୁହାଯାଇଛି । ଶେଷରେ ମଞ୍ଚର ସଦସ୍ୟଗଣ ଙ୍କ ପକ୍ଷରୁ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯାଇଛି   । 

ଆସନ୍ତା ୧୬ ତାରିଖରେ ଭୁବନେଶ୍ଵର ସ୍ଥିତ ପିଏମଜି ଛକ ଠାରେ ଦାବି ଦିବସ ପାଳନ କରାଯିବାକୁ ନେଇ ସ୍ଥିର କରାଯାଇଛି ବୋଲି କଳାହାଣ୍ଡି ଜିଲ୍ଲା ଓଷ୍ଟା ସଂଘର ସଭାପତି ସନ୍ତୋଷ କୁମାର ରଥ ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.