ପ୍ରମୂଖ ଖବର
  • ବୋରିଗୁମ୍ମା : ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌, ୧୧ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ
  • ||
  • ମୟୂରଭଞ୍ଜ : ବୁରୁସାହି ଠାରେ ଅଫିମ ଚାଷ ଘଟଣା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ସୁନ୍ଦରଗଡ଼ : ମା' ପୁଅଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟ୍‌, ସୁନା : ଅଳଙ୍କାର ସହ ଟଙ୍କା ନେଇଗଲେ ଲୁଟେରା
  • ||
  • ଉଦଳା : ମର୍ଣ୍ଣିଙ୍ଗ୍‌ ୱାକ୍‌ କରିବି ବେଳେ ଧକ୍କା ଦେଲା ପିକଅପ୍‌ ଗାଡ଼ି, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ଜଳଲାପୁଟ ଜଳଭଣ୍ଡାରରେ ଡ଼ଙ୍ଗା ବୁଡି ଘଟଣା: ୮୪ ଘଣ୍ଟା ପରେ ଆଉ ଜଣଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଜଳ ସମ୍ପଦ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ରାଉରକେଲା : ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ରୋଡ୍‌ ଉପରକୁ ମାଡ଼ିଗଲା ୩ ବଗି
  • ||

ଭାରସାମ୍ୟ ହରାଇ ଓଲଟିଲା ସ୍କୁଲ୍‌ ଭ୍ୟାନ୍‌, ୧୧ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ

Published By : Harapriya Sethi | February 5, 2025 12:41 PM

ଭୁବନେଶ୍ୱର, ୦୫/୦୨: ଶିଶୁ ମନ୍ଦିରରେ ଛାତ୍ରଛାତ୍ରୀଙ୍କୁ ଛାଡିବା ପାଇଁ ଯାଉଥିଲା ସ୍କୁଲ୍‌ ଭ୍ୟାନ୍‌ । ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଲା । ଦୁର୍ଘଟଣାରେ ଗାଡ଼ିରେ ଥିବା ୧୧ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ବୋରିଗୁମ୍ମା ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣେ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କୋରାପୁଟ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବୋରିଗୁମ୍ମା ଶିଶୁ ମନ୍ଦିରରେ ପାଠ ପଢୁତିବା ଛାତ୍ରଛାତ୍ରୀଙ୍କ ନିତିଦିନିଆ ଯିବା ଆସିବା ପାଇଁ ଏକ ପ୍ରାଇଭେଟ୍‌ ଭ୍ୟାନ୍‌ ଶିଶୁ ମନ୍ଦିରରେ ନିୟୋଜିତ କରିଥିଲେ ଅବିଭାବକ । ଶିଶୁ ମନ୍ଦିରର ଆଖପାଖ ଅଞ୍ଚଳର ରହୁଥିବା ଛାତ୍ରଛାତ୍ରୀ ଉକ୍ତ ସ୍କୁଲ୍‌ ଭ୍ୟାନ୍‌ରେ ଯାତାୟତ କରନ୍ତି । ବୁଧବାର ଉକ୍ତ ଗାଡ଼ି ୧୧ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବେଳେ ସର୍ଗିଗୁଡା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଓଲଟି ପଡିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଭ୍ୟାନ୍‌ ମଧ୍ୟରେ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବୋରିଗୁମ୍ମା ମେଡ଼ିକାଲକୁ ଚିକିତ୍ସା ପାଇଁ ଆଣିଥିଲେ । ସେଠାରେ ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ଚିକିତ୍ସା କରାଯାଇଛି । ସେଥି ମଧ୍ୟରୁ ଜଣେ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଯୋଗୁଁ ତାଙ୍କୁ କୋରାପୁଟ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.