ପ୍ରମୂଖ ଖବର
  • ୪୮ ବିଧାନସଭା ଓ ୨ ଲୋକସଭା ଆସନରେ ହେବ ଉପନିର୍ବାଚନ
  • ||
  • ନଭେମ୍ବର ୧୩ ଓ ୨୦ରେ ଝାଡ଼ଖଣ୍ଡ ନିର୍ବାଚନ
  • ||
  • ନଭେମ୍ବର ୨୦ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ
  • ||
  • ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ, ୩ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • ଭୁବନେଶ୍ୱର: ପ୍ରେମ ପାଇଁ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ପ୍ରେମିକା ନାଁରେ ମାମଲା
  • ||
  • ଦୁର୍ଗାମୂର୍ତ୍ତି ବିସର୍ଜନ ବେଳେ ବହରାଇଚରେ ହିଂସା, ଇଣ୍ଟରନେଟ ବନ୍ଦ
  • ||
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ପାକିସ୍ତାନ ଗସ୍ତ କରିବେ ଏସ୍ ଜୟଶଙ୍କର,ଏସ୍‌ସିଓ ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ,୧୫/୧୦: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଯିବେ ପାକିସ୍ତାନ। ଆଜି ପାକିସ୍ତାନରେ ସାଙ୍ଘାଇ ସହଯୋଗ ସଂଗଠନ ବା ଏସ୍‌ସିଓ ସମ୍ମିଳନୀ ହେବାକୁ ଥିବାବେଳେ ଏଥିରେ ଯୋଗ ଦେବେ ଜୟଶଙ୍କର । ତେବେ ଦୀର୍ଘ ୯ ବର୍ଷ ପରେ ଭାରତୀୟ ବୈଦେଶିକ ମନ୍ତ୍ରୀ ପ୍ରଥମ ପାକିସ୍ତାନ ଗସ୍ତ କରିବେ। ତେବେ ଦୀର୍ଘ ବର୍ଷ ଧରି ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ସମ୍ପର୍କରେ ଲାଗି ରହିଥିବା ଉତ୍ତେଜନା ମଧ୍ୟରେ ଏହା ହେଉଛି ଭାରତର ପ୍ରଥମ ଉଚ୍ଚସ୍ତରୀୟ ପାକିସ୍ତାନ ଗସ୍ତ। ଇସଲାମାବାଦରେ ପହଞ୍ଚିବା ପରେ ଜୟଶଙ୍କର ଏସସିଓ ସଦସ୍ୟ ଦେଶମାନଙ୍କୁ ସ୍ୱାଗତ କରିବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଦ୍ୱାରା ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେବେ। 

ସେହିପରି ଏଥିସହ ପାରିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସହ ସେ ରାତ୍ରୀ ଭୋଜନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ତେବେ ଗତ କିଛିବର୍ଷ ଧରି ଦୁଇ ପଡୋଶୀ ଦେଶ ମଧ୍ୟରେ ଚାଲିଥିବା ତିକ୍ତତା ମଧ୍ୟରେ ଭାରତରୁ ପାକିସ୍ତାନକୁ ଏହା ପ୍ରଥମ ଉଚ୍ଚସ୍ତରୀୟ ଗସ୍ତ ହେବ। ଜୟଶଙ୍କର ପାକିସ୍ତାନ ଗସ୍ତ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି। ଜୟଶଙ୍କର ନିକଟରେ କହିଥିଲେ ଯେ, ଯେ କୌଣସି ପଡୋଶୀ ପରି ଭାରତ ମଧ୍ୟ ପାକିସ୍ତାନ ସହ ଭଲ ସମ୍ପର୍କ ରଖିବାକୁ ଚାହିଁବ। କିନ୍ତୁ ସୀମା ଆତଙ୍କବାଦକୁ ଅଣଦେଖା କରି ଏହା ରଖାଯାଇପାରିବ ନାହିଁ। ପ୍ରାୟ ନଅ ବର୍ଷ ପରେ ପ୍ରଥମଥର ପାଇଁଙାକ

ଗତ କିଛି ବର୍ଷ ଧରି ଦୁଇ ପଡୋଶୀ ଦେଶ ମଧ୍ୟରେ ଚାଲିଥିବା ତିକ୍ତତା ମଧ୍ୟରେ ଭାରତରୁ ପାକିସ୍ତାନକୁ ଏହା ପ୍ରଥମ ଉଚ୍ଚ ସ୍ତରୀୟ ଗସ୍ତ ହେବ।ଜୟଶଙ୍କରଙ୍କ ପାକିସ୍ତାନ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଜୟଶଙ୍କର ନିକଟରେ କହିଥିଲେ ଯେ, 'ଯେ କୌଣସି ପଡୋଶୀ ଦେଶ ପରି ଭାରତ ମଧ୍ୟ ପାକିସ୍ତାନ ସହ ଭଲ ସମ୍ପର୍କ ରିଖିବାକୁ ଚାହିଁବ। କିନ୍ତୁ, ସୀମା ଆତଙ୍କବାଦକୁ ଅଣଦେଖା କରି ଏହା କରାଯାଇପାରିବ ନାହିଁ।' ତେବେ ଜୟ ଶଙ୍କର ପ୍ରାୟ ୯ ବର୍ଷ ପରେ ପ୍ରଥମ ଥର ପାକିସ୍ତାନ ଗସ୍ତ କରିବେ । ସେଠାରେ ସେ ୨୪ ଘଣ୍ଟାରୁ ବି କମ୍ ସମୟ ପାକିସ୍ତାନରେ ରହିବେ। ପ୍ରକାଶ ଥାଉକି,ସେହିପରି ଏହାପୂର୍ବରୁ ବୈଦେଶିକ ମନ୍ତ୍ରୀ ଭାବେ ସୁଷମା ସ୍ୱରାଜ ଶେଷ ଥର ପାଇଁ ପାକିସ୍ତାନ ଗସ୍ତ କରିଥିଲେ। ୨୦୧୫ ଡିସେମ୍ବରରେ ଆଫଗାନିସ୍ତାନ ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଇସଲାମାବାଦ ଯାଇଥିଲେ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.