ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ପୁଣି ପଦାରେ ପଡ଼ିଲା ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ; ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍

Published By : Gurupada Nath | January 12, 2025 11:18 PM

ପୁରୀ,୧୨/୧ : ପୁଣି ପଦାରେ ପଡ଼ିଲା ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା । ସୋସିଆଲ ମିଡିଆରେ ପୁଣି ଭାଇରାଲ୍ ହୋଇଛି ଶ୍ରୀମନ୍ଦିର ଭିତର ଫଟୋ । ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋସିଆଲ ମିଡିଆରେ ଭାଇରାଲ୍ କରିଛନ୍ତି ଜଣେ ଯୁବକ। ଗୌରଭ କୁମାର ସାହୁ ନାମକ ଯୁବକ ନିଜ ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଭିତରର ଫଟୋ ଭାଇରାଲ୍ କରିଛନ୍ତି। ତେବେ ଶ୍ରୀମନ୍ଦିର ବାହାରେ ଏବଂ ଭିତରେ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ସତ୍ତ୍ବେ ଯୁବକ ଜଣକ କିଭଳି ମୋବାଇଲ୍ ଫୋନ୍ ଭିତରକୁ ନେଇ ଫଟୋ ଉଠାଇଲେ ତା'କୁ ନେଇ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। 

ଶ୍ରୀମନ୍ଦିର ଭିତରେ ମାଳ ମାଳ ଜେଟିପି, ସେବାୟତ ଏବଂ ଶ୍ରୀମନ୍ଦିର କର୍ମଚାରୀ ଡ୍ୟୁଟି କରୁଥିଲେ ମଧ୍ୟ ଏହି ଘଟଣା ସେମାନଙ୍କ ନଜରକୁ କିଭଳି ଆସିଲା ନାହିଁ ତାହା ଏବେ ସାଧାରଣରେ ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆରେ ଭାଇରାଲ୍ ହୋଇଥିବା ଫଟୋ କିର୍ତ୍ତନ ଚକଡା଼ ରୁ ଉଠାଯାଇଥିବା ସନ୍ଦେହ କରାଯାଉଛି । ଗତ କିଛିଦିନ ପୂର୍ବରୁ ଶ୍ରୀମନ୍ଦିର ଉପରେ ମଧ୍ୟ ଡ୍ରୋନ ଉଡିଥିବା ବେଳେ ସମ୍ପୃକ୍ତ ସନ୍ଦିଗ୍ଧର ଏ ପର୍ଯ୍ୟନ୍ତ ପତ୍ତା ପାଇନାହିଁ ପୁରୀ ପୋଲିସ। ଘଟଣାକୁ ନେଇ ପୋଲିସ ପକ୍ଷରୁ ଦୁଇଟି ଟିମ୍ ଗଠନ ହୋଇ ତଦନ୍ତ କରାଯାଉଛି ବୋଲି ସେହି ସମୟରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଥିଲେ ପୁରୀ ଏସପି । ତେବେ ଡ୍ରୋନ୍ କିଏ ଉଡାଇଥିଲା ତା'ର ଏ ପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନଥିବାବେଳେ ଏବେ ସୋସିଆଲ ମିଡ଼ିଆରେ ଖୁଲମଖୁଲା ଫଟୋ ଭାଇରାଲ୍ କରିଥିବା ସମ୍ପୃକ୍ତ ଯୁବକଙ୍କ ଉପରେ ପୋଲିସର କ'ଣ କାର୍ଯ୍ୟାନୁଷ୍ଠାନ ରହୁଛି ତା'କୁ ହିଁ ଅପେକ୍ଷା। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.