ଖୋର୍ଦ୍ଧା,୧୫/୧୨: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥର ଚକାପଦା ବଜାରରେ ସିରିଜ୍ ଦୁର୍ଘଟଣା । ଏକାଧିକ ଗାଡ଼ିକୁ ପିଟିଲା କାର୍ । ଏହି ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଖୋର୍ଦ୍ଧା ହସ୍ପିଟାଲରେ ଚିକିତ୍ସା ଭର୍ତ୍ତି କରାଯାଇଛି । ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଅନ୍ତର୍ଗତ ଚକାପଦା ବଜାରରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ଚକାପଦା ବଜାରରେ ଏକ କାର୍ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୫ ଜଣ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚିଥିଲା । ସେଠାରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି ବେଗୁନିଆ ଥାନା ପୋଲିସ ।
ଅନ୍ୟପଟେ ଦୁର୍ଘଟଣା ପରେ ଚକାପଦା ଛକରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ଚକାପଦା ଛକରେ ରାସ୍ତାରୋକ କରିଛନ୍ତି ।ବେଗୁନିଆ ଥାନା ପୋଲିସ ଦୁର୍ଘଟଣା ଘଟାଇଥିବା ଥିବା ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି ।