ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

କେନ୍ଦୁଘାଟିରେ ସିରିଜ୍‌ ଦୁର୍ଘଟଣା : ଜଗନ୍ନାଥ ଏକ୍ସପ୍ରେସ୍ ଓ ପିକଅପ୍‌କୁ ଧକ୍କା ଦେଇ ଓଲଟିଲା ଯାତ୍ରୀବାହୀ ବସ୍, ୨୦ ଆହତ

Published By : Harapriya Sethi | October 21, 2024 7:25 AM

ମୋହନା,୨୧/୧୦: ଗଜପତି ଜିଲ୍ଲା ମୋହନା ଥାନା ଲିଲିଗଡ଼ ନିକଟସ୍ଥ କେନ୍ଦୁଘାଟିରେ ସିରିଜ୍‌ ଦୁର୍ଘଟଣା । ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ ଓ ଗୋଟିଏ ପିକଅପ୍ ଗାଡିକୁ ଧକ୍କା ଦେଇ ୨୦ ଫୁଟ ତଳକୁ ଓଲଟି ପଡିଛି ମହା କାଳେଶ୍ୱର ନାମକ ଏକ ଯାତ୍ରୀବାହୀ ବସ୍ । ଏହି ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ତନ୍ମଧ୍ୟରୁ ୧୪ ଜଣ ଗୁରୁତର ଥିବାବେଳେ ୪ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି । ସମସ୍ତ ଆହତ ମାଲକାନଗିରି ଅଞ୍ଚଳର ବୋଲି ଜଣାପଡ଼ିଛି । 

ସୂଚନା ମୁତାବକ, ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା । ତେବେ ରାସ୍ତା କଡ଼କୁ ବସ୍‌ଟି ଥିବାବେଳେ ଆଗରେ ଏକ ପିକଅପ୍ ଗାଡ଼ି ଥିଲା । ଏହି ସମୟରେ ରାତି ପ୍ରାୟ ସାଢେ ଗୋଟାଏ ବେଳେ ଭୁବନେଶ୍ୱରରୁ ମାଲକାନଗିରି ଯାଉଥିବା ମହା କାଳେଶ୍ୱର ନାମକ ଆଉ ଏକ ଯାତ୍ରୀବାହୀ ବସ୍‌ ଉକ୍ତ ବସ୍‌ ଓ ପିକଅପ୍‌ ଗାଡିକୁ ପଛପଟୁ ଧକ୍କା ଦେଇ ରାସ୍ତାର ୨୦ଫୁଟ ତଳକୁ ଖସି ପଡିଥିଲା । ଫଳରେ ଉଭୟ ବସ୍‌ର ୨୦ ଜଣ ଯାତ୍ରୀ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଦାର କରି ପ୍ରଥମେ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଥିଲା l ପ୍ରାଥମିକ ଚିକିତ୍ସା ପରେ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.