ପ୍ରମୂଖ ଖବର
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ସପ୍ତମ ଜିଲ୍ଲା ପରିଷଦ ବୈଠକ; ଜଳସେଚନ, ଶିକ୍ଷା,ପଞ୍ଚାୟତିରାଜ ବିଭାଗ ଉପରେ ଆଲୋଚନା

Published By : Anindita Ratha | July 18, 2025 12:17 PM

ଛତ୍ରପୁର,୧୮/୦୭: ଗଞ୍ଜାମ ଜିଲ୍ଲା ପରିଷଦର ସପ୍ତମ ବୈଠକ ଆରମ୍ଭ ହୋଇଛି । ଜିଲ୍ଲା ପରିଷଦ ଅଧକ୍ଷା ଅଞ୍ଜଳି ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି ଏହି ବୈଠକ। ଏଥିରେ  ଉପାଧକ୍ଷା ରାଜେଶ୍ୱରୀ ଦୋରା, ବ୍ରହ୍ମପୁର ସାଂସଦ ଡକ୍ଟର ପ୍ରଦୀପ ପାଣିଗ୍ରାହୀ, ଆସିକା ସାଂସଦ ଅନିତା ଶୁଭଦର୍ଶନୀ,ଖଲିକୋଟ ବିଧାୟକ ପୁର୍ଣ୍ଣଚନ୍ଦ୍ର ସେଠୀ,ଆସିକା ବିଧାୟକ ସରୋଜ କୁମାର ପାଢ଼ୀ,ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ,ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏବଂ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତା ମଞ୍ଚାସୀନ ଅଛନ୍ତି ।

ଦଳମତ ନିର୍ବିଶେଷରେ ସମସ୍ତେ ସହଯୋଗ କରିଲେ ଜିଲ୍ଲାର ବିକାଶ ଆଗକୁ ବଢିବ ବୋଲି ଜନ ପ୍ରତିନିଧିମାନେ ମତ ପୋଷଣ କରିଛନ୍ତି। ସେହିପରି ଜଳସେଚନ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଛି । ଅନ୍ୟପଟେ ବ୍ଲକ ଗ୍ରାଣ୍ଟ ସ୍କୁଲରେ ଶିକ୍ଷକ ନଥିବାରୁ  ସ୍କୁଲ ବନ୍ଦ ରହିଛି।  ୧ କିଲୋମିଟର ଦୂର ଚାଲି ଚାଲି ସ୍କୁଲ ଯାଉଛନ୍ତି ପିଲା ବୋଲି  ସ୍ଥାନୀୟ ଜିଲ୍ଲା ପରିଷଦ ସଦସ୍ୟ ଅଭିଯୋଗ କରିଛନ୍ତି। ଏଥିସହ ଶିକ୍ଷା,ଜଳସେଚନ,କୃଷି,ପଞ୍ଚାୟତିରାଜ ବିଭାଗ ଉପରେ ମଧ୍ୟ ଆଲୋଚନା ହୋଇଛି । 




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.