ଭୁବନେଶ୍ଵର, ୨୮/୧୧ : ରାଜଧାନୀରେ ସେକ୍ସ ରାକେଟ୍ ଠାବ। ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ଭଡା ଘରୁ ସେକ୍ସ ରାକେଟ୍ ଠାବ ହୋଇଛି। ଉକ୍ତ ଭଡ଼ା ଘରୁ ୪ ଯୁବତୀଙ୍କୁ ପୋଲିସ ଉଦ୍ଧାର କରିଛି। ଚଢାଉ ବେଳେ ବହୁ ଆପତ୍ତିଜନକ ସାମଗ୍ରୀ ଜବତ ହୋଇଛି।
ସୂଚନାନୁଯାୟୀ, ଖଣ୍ଡଗିରି ଥାନା ଅନ୍ତର୍ଗତ ଏକ ଭଡା ଘରେ ସେକ୍ସ ରାକେଟ୍ ଚାଲିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏହାପରେ ପୋଲିସ ଉକ୍ତ ଭଡା ଘରେ ଚଢାଉ କରିଥିଲା। ଚଢାଉ ବେଳେ ୪ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ଯୁବତୀମାନେ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଜଣାପଡ଼ିଛି। ଚଢାଉ ବେଳେ ବହୁ ଆପତ୍ତିଜନକ ସାମଗ୍ରୀ ଏବଂ ଏକ ବାଇକ୍ ଜବତ ହୋଇଛି। ଏହି ବାଇକ୍ଟି କୌଣସି ଗ୍ରାହକ କିମ୍ଵା ଦଲାଲଙ୍କର ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ପୋଲିସ ଉକ୍ତ ଯୁବତୀଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି। ଏହି ରାକେଟ୍ରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି ସେନେଇ ପୋଲିସ ଖୋଳତାଡ଼ କରୁଛି।