ପ୍ରମୂଖ ଖବର
  • କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ହତ୍ୟା ଧମକ, ନିକଟରେ ଯୋଗ ଦେଇଛନ୍ତି କଂଗ୍ରେସ ଦଳରେ…
  • ||
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡିବା ଘଟଣା,ମୁର୍ତ୍ତିକାର ଜୟଦୀପ ଆପଟା ଗିରଫ

ନୂଆଦିଲ୍ଲୀ,୦୫/୦୯: ମହାରାଷ୍ଟ୍ରରେ  ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି ଭୁଶୁଡିବା ଘଟଣା। ମୁର୍ତ୍ତିକାର ଜୟଦୀପ ଆପଟାଙ୍କୁ ଗିରଫ କଲା କଲ୍ୟାଣ ପୋଲିସ୍‌ ।  ପୂର୍ବରୁ କଣ୍ଟ୍ରାକ୍ଟର ଚେତନ ପାଟିଲ ବନ୍ଧା ହୋଇଥିବା ବେଳେ ଏବେ ଏହାକୁ ନିର୍ମାଣ କରିଥିବା ମୁର୍ତ୍ତିକାରଙ୍କୁ ଗିରଫ କରାଯାଇଛି। ତେବେ ଜୟଦୀପ ଆପଟେ କଲ୍ୟାଣ ଅଞ୍ଚଳରେ ଏକ ଆର୍ଟ କଲେଜ ପରିଚାଳନା କରନ୍ତି। ତାଙ୍କ ନିକଟରେ ବଡ଼ ମୂର୍ତ୍ତି ନିର୍ମାଣର ଅନୁଭବ ନ ଥିବା ବେଳେ ସେ ୩୫ ଫୁଟ ଉଚ୍ଚର ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଥିଲେ।

ଗତବର୍ଷ ଡିସେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିନ୍ଧୁଦୁର୍ଗ ଜିଲ୍ଲାରେ ଥିବା ୩୫ ଫୁଟ ଉଚ୍ଚ ଶିବାଜୀଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟନ କରିଥିଲେ। ଭାରତୀୟ ନୌସେନା ରାଜ୍ୟ ସରକାରଙ୍କ ସହଯୋଗରେ ଏହି ପ୍ରୋଜେକ୍ଟ କାମ ସମ୍ପନ୍ନ କରିଥିଲେ। ଉକ୍ତ ଦିନକୁ ନୌସେନା ଦିବସ ଭାବେ ଘୋଷଣା କରାଯିବା ସହ ପ୍ରଥମ ଥର ଏହାକୁ ଧୁମଧାମରେ ପାଳନ କରାଯାଇଥିଲା। କିନ୍ତୁ ମାତ୍ର ୮ ମାସ ନ ପୁରୁଣୁ ଏହି ମୂର୍ତ୍ତିଟି ଭାଙ୍ଗି ଯାଇଥିଲା। ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ୨.୪ କୋଟି ଟଙ୍କା ନୌସେନାକୁ ଦିଆଯାଇଥିଲା। ନିର୍ମାଣରେ କଳଙ୍କି ଲାଗି ଥିବା ନଟ ଓ ବୋଲ୍ଟୋ ପରି ନିମ୍ନମାନର ଜିନିଷ ବ୍ୟବହାର ହୋଇଥିବା ତଦନ୍ତରୁ ଜଣାପଡ଼ିଥିଲା।ତେବେ ଏହି ଘଟଣାରେ ପୁଲିସ୍‌ ରୁଜୁ କରିଥିବା ମାମଲାରେ ଆର୍କିଟେକ୍‌ ଜଗଦୀପ ଆପେଟ ଓ କଣ୍ଟ୍ରାକ୍ଟର ଚେତନ ପାଟିଲଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଇଥିଲା। ଉଭୟଙ୍କ ଖାମଖିଆଲି ମନୋଭାବ ଓ କର୍ତ୍ତବ୍ୟରେ ଅବହେଳା ହେତୁ ଏପରି ଏକ ଅଘଟଣ ଘଟିଥିବା ଉଲ୍ଲେଖ କରାଯାଇଥିଲା। ପୂର୍ବରୁ ଚେତନ ପାଟିଲଙ୍କୁ ଗିରଫ କରାଯାଇଥିବା ବେଳେ ଗତକାଲି ଜଗଦୀପ ଆପେଟଙ୍କୁ ବାନ୍ଧିଛି ପୁଲିସ୍‌।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.