ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଜୟନ୍ତୀଗଡରେ ଗୁଳିକାଣ୍ଡ , ଅଳ୍ପକେ ବର୍ତ୍ତିଲେ ଯୁବକ

ଚମ୍ପୁଆ , ୧୩/୯ : ଚମ୍ପୁଆ ନିକଟସ୍ଥ ଝାଡଖଣ୍ଡର ଜୟନ୍ତୀଗଡରେ ଗୁଳିକାଣ୍ଡ ଘଟିଛି । ଏହି ଗୁଳିକାଣ୍ଡରେ ଜଣେ ଯୁବକ ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି । ତାଙ୍କୁ ଉଦ୍ଧାର କରାଯାଇ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଯୁବକ ଜଣଙ୍କ ହେଲେ ବାବୁ ସାହି ବାସିନ୍ଦା ସତ୍ୟଜିତ୍ କର ( ଡାକ ନାମ ପିଣ୍ଟୁ , ୪୦ ବର୍ଷ) । 

ଆଜି ସନ୍ଧ୍ୟା ପ୍ରାୟ ୯ ଟା  ସମୟରେ ସେ ଜୟନ୍ତୀଗଡ ମୁଖ୍ୟ ବଜାରରେ ଥିବା ନିଜର ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ୨୦ ନଂ ଜାତୀୟ ରାଜପଥ ବାବୁ ସାହି ନିକଟରେ ପୂର୍ବରୁ ଛକି ବସିଥିବା ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ଉପରେ ମରଣାନ୍ତଙ୍କ ଗୁଳି ଚାଳନା କରିଥିଲେ । ଗୋଟିଏ ଗୁଳି ତାଙ୍କ ବାମ ହାତରେ ବାଜିଥିବାବେଳେ ଆଉ ଏକ ଗୁଳି କାନ୍ଧରେ ବାଜି ଥିବା ଜଣାପଡିଛି । 

ଗୁଳିଚାଳନା ପରେ ଦୁଇ ଦୁର୍ବୃତ୍ତ ପଲସର ବାଇକ ଯୋଗେ ଚମ୍ପୁଆ ଆଡକୁ ଫେରାର ହୋଇଯାଇଥିବା କୁହାଯାଉଛି । ତାଙ୍କୁ ସଙ୍ଗେ ସଙ୍ଗେ ସେଠାରୁ ଉଦ୍ଧାର କରାଯାଇ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଇଛି । ଖବରପାଇ ପରେ ଝାଡଖଣ୍ଡ ଜଗନ୍ନାଥପୁର ଥାନାଧିକାରୀ ଶିବ ନାରାୟଣ ତିୱାରୀ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ଆହତ ପିଣ୍ଟୁଙ୍କୁ ପଚରାଉଚରା କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.