ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ବହୁ ପ୍ରତିକ୍ଷାର ଅନ୍ତ: ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର, ମଙ୍ଗଳ ଆଳତି ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁରୀ,୧୩/୦୬ : ବହୁ ପ୍ରତିକ୍ଷାର ଘଟିଲା ଅନ୍ତ। ଖୋଲିଲା ଶ୍ରୀମନ୍ଦିର ଚାରି ଦ୍ବାର। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା। ଏହାକୁ ନେଇ ଚାରିଆଡ଼େ  ଖୁସିର ମାହୋଲ ଖେଳିଯାଇଛି । ଏଣିକି ବିନା ବାଧାରେ ବଡଦେଉଳରେ ମହାପ୍ରଭଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ସକାଳୁ ମଙ୍ଗଳ ଆଳତି ଏବଂ ଶ୍ରୀଜଗନ୍ନାଥ ଦର୍ଶନରୁ ଦିନ ଆରମ୍ଭ କଲେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକମାନେ ଉପସ୍ଥିତ ଥିଲେ।

ଆଜି ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ କାମନା କରିଥିଲେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରି ସେ ଚାରି ଦ୍ଵାର ପ୍ରଦକ୍ଷିଣ କରିଥିଲେ। ଏହା ସହିତ ସବୁ ଦ୍ଵାର ଖୋଲାଯାଇଥିଲା।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭକ୍ତମାନଙ୍କ ଭାବାବେଗକୁ ଓ ସେମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ କ୍ୟାବିନେଟରେ ଏଥିପାଇଁ ନିଷ୍ପତ୍ତି ନିଆଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ଆଜି ଚାରି ଦ୍ଵାର ଖୋଲାଗଲା।


ସୂଚନା ମୁତାବିକ, ଓଡିଶାରେ ସରକାର ଗଠନ କରିବା ପରେ ପ୍ରଥମ ପ୍ରତିଶ୍ରୁତି ପୂରଣ କଲା ବିଜେପି। କୋଭିଡ୍ ପରଠାରୁ ଦୀର୍ଘ ଚାରି ବର୍ଷ ଧରି ଶ୍ରୀନ୍ଦିର ସିଂହଦ୍ବାରକୁ ଛାଡି ଅନ୍ୟ ତିନି ଦ୍ବାର ଅଶ୍ବଦ୍ବାର, ବାଘଦ୍ବାର ଏବଂ ହସ୍ତୀଦ୍ବାରକୁ ବନ୍ଦ ରହିଥିଲା। ଏହାକୁ ନେଇ ବିଭିନ୍ନ ସମୟରେ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ନିର୍ବାଚନ ସମୟରେ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବାକୁ ନେଇ ପ୍ରସଙ୍ଗ କରାଯାଇଥିଲା। ପରବର୍ତ୍ତୀ ସମୟରେ ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଗୁରୁବାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା ବସିଥିବା କ୍ୟାବିନେଟ୍ ବୈଠକ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ନେଇ ଘୋଷଣା କରିଥିଲେ । ଏଥି ସହିତ ଶ୍ରୀମନ୍ଦିରର ଉନ୍ନତି ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ନେଇ ଘୋଷଣା କରିଥିଲେ।



  • PrameyaOdia
  • prameya
  • puri
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.