ପ୍ରମୂଖ ଖବର
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଶ୍ରୀମନ୍ଦିରରେ ୭ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ

Published By : Prameya | March 9, 2025 9:44 AM

ପୁରୀ ୦୯/୦୩: ଆଜିଠୁ ୧୫  ତାରିଖ ପର୍ଯ୍ୟନ୍ତ ୭ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର  ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ଦୋଳଯାତ୍ରା ଅବସରରେ ଶ୍ରୀମନ୍ଦିରରେ  ବିଶେଷ ନୀତିକାନ୍ତି ସମ୍ପାଦନ ଦୃଷ୍ଟିରୁ ଛତିଶା  ନିଯୋଗର ପରାମର୍ଶ କ୍ରମେ ଫଗୁ ଦଶମୀ ଠାରୁ ହୋଲି  ଉତ୍ସବ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ । 

୨୦୨୪ ଡିସେମ୍ବର ୧୭ରୁ ରତ୍ନଭଣ୍ଡାର ମରାମତି  ଓ ସଂରକ୍ଷଣ ଆରମ୍ଭ କରିଥିଲା ଏଏସ୍‌ଆଇ ।  ହେଲେ ମହାପ୍ରଭୁଙ୍କ ବିଶେଷ ନୀତିକାନ୍ତି ସମ୍ପାଦନ  ନିମନ୍ତେ ବାରମ୍ବାର କାମ ବନ୍ଦ ରହୁଛି । ତେଣୁ  ନିର୍ଦ୍ଧାରିତ ୩ ମାସ ଭିତରେ ଏଏସ୍‌ଆଇ ଏହି କାମ  ସାରିପାରିବ କି ନାହିଁ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.