ପ୍ରମୂଖ ଖବର
  • ରାୟଗଡ଼ା: ଏଏନଏମଙ୍କ ଘରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ମହିଳା ଗିରଫ
  • ||
  • ଗଞ୍ଜାମ : ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର
  • ||
  • ସୁବର୍ଣ୍ଣପୁର: ବାରମ୍ୱାର ଅଭିଯୋଗ ସତ୍ତ୍ୱେ ଜମିରେ ଖୋଳା ହେଉନି ବୋରୱେଲ୍‌, ଉଠା ଜଳସେଚନ କାର୍ଯ୍ୟାଳୟ ବାରଣ୍ଡାରେ ଚାଷୀଙ୍କ ଧାରଣା
  • ||
  • କଂଗ୍ରେସର ସବୁ ବିଧାୟକ ସସପେଣ୍ଡ୍, ତାରା ବାହିନୀପତି ଓ ରମେଶ ଜେନା ୭ ଦିନ ପାଇଁ ଗୃହରୁ ନିଲମ୍ଵିତ
  • ||
  • ବିଧାନସଭାରେ ହାଇଡ୍ରାମା: ଗେଟ୍‌ ଭାଙ୍ଗି ଭିତରକୁ ପଶିଲେ ବିରୋଧୀ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି
  • ||
  • ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଡନ, ଶପଥ ପାଠ କରାଇଲେ ରାଜ୍ୟପାଳ
  • ||
  • ନୟାଗଡ : ଧାନଚେଙ୍ଗଡ଼ା ଡବଲ ମର୍ଡର ଘଟଣା, ଅଭିଯୁକ୍ତ ବାପାକୁ ଧରି ସିନ୍‌ ରିକ୍ରିଏସନ୍‌ କରୁଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ବର୍ଷା ହେଲେ ବଡ଼ଦାଣ୍ଡରେ ଭାସୁଛି ପଙ୍କ: ନଳା ପାଣି ମାଡ଼ି ଶ୍ରୀମନ୍ଦିର ଗଲେ ଭକ୍ତ, ସଫା ହେଲା ପରିକ୍ରମା ମାର୍ଗ ଭୂତଳ ନଳା
  • ||
  • କଟକ : ସରିଗଲା ଶିକ୍ଷା ବର୍ଷ: ମିଳିଲାନି ବହି, ବିନା ବହିରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ
  • ||

ଐତିହ୍ୟ ଗ୍ରାମ ରଘୁରାଜପୁର ବୁଲି ଦେଖିଲେ ସିଙ୍ଗାପୁର ରାଷ୍ଟ୍ରପତି

Published By : Prameya | January 18, 2025 1:57 PM

ପୁରୀ, ୧୮/୦୧ : ସିଙ୍ଗାପୁର ରାଷ୍ଟ୍ରପତି ଥରମନ୍‌ ଶନ୍ମୁଗରତ୍ନମ୍ ଏବଂ ତାଙ୍କ ଧର୍ମପତ୍ନୀ ଆଜି ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ପରିଦର୍ଶନ କରିଛନ୍ତି। ଲୋକନୃତ୍ୟ ଗୋଟିପୁଅ ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ତାଙ୍କୁ ସ୍ୱାଗତ କରାଯାଇଛି। ରଘୁରାଜପୁରରେ ସେମାନେ ଓଡ଼ିଶା ପ୍ରସିଦ୍ଧ ପଟ୍ଟଚିତ୍ର ଏବଂ ବିଭିନ୍ନ ଲୋକକଳା ଆଦି ବୁଲି ଦେଖିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ବୈଦେଶିକ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଏବଂ ପୁରୀ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ଖବରଟିକୁ ପଢନ୍ତୁ-କୋଣାର୍କ ସୂର୍ଯ୍ୟ ମନ୍ଦିରରେ ସିଙ୍ଗାପୁର ରାଷ୍ଟ୍ରପତି, ୪ ଘଣ୍ଟା ପାଇଁ କଟକଣା ଲାଗୁ

ସୂଚନା ଥାଉକି, ସିଙ୍ଗାପୁର ରାଷ୍ଟ୍ରପତି ଏବଂ ତାଙ୍କ ପତ୍ନୀ ଆଜି କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି। ଦିନ ୧୧ଟାରେ ଏଠାରେ ପହଞ୍ଚିବା ପରେ ପ୍ରଥମେ ବ୍ୟାଖ୍ୟାନ କେନ୍ଦ୍ରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବ୍ୟାଖ୍ୟାନ କେନ୍ଦ୍ର ବୁଲି ସାରିବା ପରେ ସେମାନେ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଥିଲେ। କୋଣାର୍କ ମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ଭାବବିହ୍ୱଳ ହୋଇଯାଇଥିଲେ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କୋଣାର୍କରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ୪ ଘଣ୍ଟା ପାଇଁ ସୂର୍ଯ୍ୟମନ୍ଦିରକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଥିଲା।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.