ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି, ଅପରାହ୍ଣ ୫ଟାରୁ ରାତି ୮ଟା ଦର୍ଶନ ମନା

ପୁରୀ, ୧୫/୦୬: ରବିବାର ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ମଧ୍ୟାହ୍ନଧୂପ ଛେକ ଆସିବା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଟକଣା  ରହିବ । ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ପ୍ରଦତ୍ତ  ସୂଚନା ଅନୁସାରେ ପ୍ରାୟତଃ ଅପରାହ୍ଣ  ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ  ଦର୍ଶନ ବନ୍ଦ ରହିବ ବୋଲି ସୂଚନା ରହିଛି । 

ଭୋଗମଣ୍ଡପ ସରିଲା ପରେ ଯାତ୍ରାଙ୍ଗୀ ମହାସ୍ନାନ ଓ ଘଣ୍ଟଛତା ସର୍ବାଙ୍ଗ ନୀତି ବଢ଼ି  ଗତଦିନରୁ ଅଧିବାସ ହୋଇଥିବା ପବିତ୍ରା  ଲାଗି କରାଯାଇ ଠାକୁରଙ୍କୁ ଛଅମୂର୍ତ୍ତି  ତଡ଼ାଉ ଲାଗି କରାଯିବ । ପରେ ଜୟବିଜୟ  ଦ୍ୱାର ବନ୍ଦ କରାଯାଇ ବାମନ ଜନ୍ମନୀତି  ହେବ । ଏଥିସହ ଶ୍ରୀମନ୍ଦିରରେ ଗରୁଡ଼  ପାଶ୍ୱର୍ପରିବର୍ତ୍ତନ, ସୁନିଆଁ, ଇନ୍ଦ୍ରଧ୍ୱଜା ପୂଜା  ସମେତ ମାସାନ୍ତ ଓ ଶ୍ରବଣା ମକର ନକ୍ଷେତ୍ର  ନୀତି ଅନୁଷ୍ଠିତ ହେବ । ସୋମବାର ଠାକୁରଙ୍କ  ବଳିବାମନ ବେଶ ଅନୁଷ୍ଠିତ ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.