ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ

Published By : Harapriya Sethi | May 25, 2025 10:32 AM

ଭୁବନେଶ୍ୱର,୨୫/୦୫: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର । ଗୁହାଳ ଘର ସମୂର୍ଣ୍ଣ ଭାବେ ନଷ୍ଟ ହୋଇଥିବା ବେଳେ ଗୋଟିଏ ମୋଟର ସାଇକେଲ ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଛି । ଗ୍ୟାସ୍‌ ଟାଙ୍କି ଲିକ୍‌ରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ ଓଡ଼ଙ୍ଗ ପଞ୍ଚାୟତ ସରମରା ଗାଁର ସାହୁ ସାହିରେ ବିଳମ୍ବିତ ରାତିରେ ଏହି ଭୀଷଣ ଅଗ୍ନିକାଣ୍ଡ ଘଟିଛି । 

ସୂଚନା ମୁତାବକ, ଓଡ଼ଙ୍ଗ ପଞ୍ଚାୟତ ସରମରା ଗାଁର ସାହୁ ସାହିରେ ବିଳମ୍ବିତ ରାତିରେ ହଠାତ୍ ଗ୍ୟାସ୍‌ ଟାଙ୍କିରୁ ଗ୍ୟାସ୍‌ ଲିକ୍ ହୋଇଥିଲା । ଏଥିରୁ ନିଆଁ ଲାଗି କ୍ଷଣକ ମଧ୍ୟରେ ସମ୍ପୂର୍ଣ୍ଣ ଘର ହୁତୁହୁତୁ ହୋଇ ଜଳିଥିଲା । ଏହି ଭୀଷଣ ଅଗ୍ନିକାଣ୍ଡରେ ୬ ବଖରା ଘର ପୋଡି ପାଉଁଶ ହୋଇଯାଇଛି ।ଫଳରେ ଘରେ ଥିବା ସମସ୍ତ ଆସବାବପତ୍ର, ଘର କରଣା ଜିନିଷ, ଗୋଟିଏ ମୋଟର ସାଇକେଲ ଓ ପୋଷାକ ଆଦି ପୋଡି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି । ଘଟଣା ସକମ୍ପର୍କରେ ଖବର ପାଇ ଆଗରପଡା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.