ପ୍ରମୂଖ ଖବର
  • ଏଫଏମ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା , କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
  • ||
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଗୋଟିଏ ଶ୍ରେଣୀ ଗୃହରେ ଚାଳିଛି ୬ଟି ଶ୍ରେଣୀର ପାଠପଢ଼ା

Published By : Suraj Kumar | July 13, 2025 7:52 PM

ପାଟଣାଗଡ, ୧୩|୭(ଆପ୍ର) ପାଟଣାଗଡ଼ ବ୍ଳକ ଦାବକାନୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଶ୍ରେଣୀ ଗୃହରେ ୬ଟି  ଶ୍ରେଣୀର ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । ଏନେଇ ସ୍କୁଲ ପରିଚାଳନା କମିଟି ଓ ଅଭିଭାବକମାନେ ବାରମ୍ବାର ଶିକ୍ଷା ବିଭାଗ ଓ ବ୍ଳକ ପ୍ରଶାସନଙ୍କ  ଦୃଷ୍ଟି ଆକର୍ଷଣ କରି ନିରାଶ ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି । ଏହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।  

ଏହି ପ୍ରାଥମିକ ବିଦ୍ୟାଳୟଟି ଅଞ୍ଚଳର ଏକ ପୁରୁଣା ଶିକ୍ଷାନୁଷ୍ଠାନ ହୋଇଥିବା ବେଳେ ଏଠାରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ିବା ପାଇଁ ସୁବିଧା ରହିଛି। ଚଳିତ ଶିକ୍ଷାବର୍ଷ ରେ ରାଜ୍ୟ ସରକାର ନୂତନ ଭାବେରେ ଶିଶୁ ବାଟିକାକୁ ସଂଯୋଗ ଅଧ୍ୟୟନ କରିଛନ୍ତି। ତେବେ ସ୍କୁଲରେ ମାତ୍ର ଦୁଇଟି ଶ୍ରେଣୀ ଗୃହ ଥିବାରୁ ପୂର୍ବରୁ ମଧ୍ୟ ପାଠପଢ଼ାରେ ବ୍ୟାଘାତ ହେଉଥିଲା। ଗୋଟିଏ ଶ୍ରେଣୀ ଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ବେଳେ ବର୍ତ୍ତମାନ ତାହା ବର୍ଷା ଯୋଗୁ ଭୁଶୁଡି ପଡ଼ିଛି।  ବର୍ତ୍ତମାନ ସ୍କୁଲ ପରିସରରେ ଥିବା ଗୋଟିଏ ଶ୍ରେଣୀ ଗୃହରେ ୬ ଗୋଟି ଶ୍ରେଣୀ ର ଛାତ୍ରଛାତ୍ରୀ ମାନେ ଏକାଠି ବସି ପାଠ ପଢୁଥିବା ଦେଖିବାକୁ ମିଳିଛି। ଅପରପକ୍ଷରେ ଏକ ଛୋଟ କୋଠରୀ ଭିତରେ ୬ ଟି ଶ୍ରେଣୀ ର  ୩୮ ଜଣ ଛାତ୍ରଛାତ୍ରୀ ଏକାଠି ବସି ପାଠ ପଢୁଥିବା ବେଳେ ପାଠପଢାରେ ସମ୍ପୂର୍ଣ୍ଣ ବ୍ୟାଘାତ ସୃଷ୍ଟି ହେଉଛି ବୋଲି ଶିକ୍ଷକମାନେ ଅଭିଯୋଗ ଆଣିଛନ୍ତି। ତେଣୁ ଜିଲ୍ଲାପାଳ ଏବଂ ଜିଲ୍ଲା ଶିକ୍ଷାଅଧିକାରୀ ଏଦିଗରେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ଅଭିଭାବକ ଓ ପରିଚାଳନା କମିଟିର ସଦସ୍ୟମାନେ ଅନୁରୋଧ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.