ପ୍ରମୂଖ ଖବର
  • ଏପ୍ରିଲ ୨୨ରୁ ଜୁନ୍‌ ୧୭ ମଧ୍ୟରେ କଥା ହୋଇନଥିଲେ ମୋଦୀ-ଟ୍ରମ୍ପ, ମଧ୍ୟସ୍ଥତା ଦାବିକୁ ଖଣ୍ଡନ କଲେ ଏସ୍‌. ଜୟଶଙ୍କର
  • ||
  • ଏମ୍ସରେ ନର୍ସଙ୍କୁ ଅସଦାଚାରଣ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ଦାବିରେ ଠିକା କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
  • ||
  • ସାକ୍ଷୀଗୋପାଳ ମାଳତିପାଟପୁର ଷ୍ଟେସନ ନିକଟରେ ପୁରୀ-ବଦ୍ରୀନାଥ ଏକ୍ସପ୍ରେସ ଟ୍ରେନ ଧକ୍କାରେ ଟ୍ରାକ୍ଟର ଚୁରମାର
  • ||
  • ଭାରତକୁ ହରାଇ ଭାରତ ଚାମ୍ପିଅନ; ଚେସ୍ ବିଶ୍ବକପରେ ଇତିହାସ, ଦିବ୍ୟା ଦେଶମୁଖ ଜିତିଲେ ଟାଇଟଲ୍
  • ||
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ନିଆଁ ଲାଗି ୬ ବଖରା ଜଳିଗଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

Published By : Suraj Kumar | July 27, 2025 4:22 PM

ଖଲ୍ଲିକୋଟ,୨୭।୭ : ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣ ପୁର ପଂଚାୟତ ର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ନିଆଁ ଲାଗି ୩ ଜଣଙ୍କ ୬ ବଖରା ପୋଡି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି।

ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଏମ. ତାରେଶ୍ୱର ପାତ୍ର, ବି. ଡାକ ପାତ୍ର ଓ କେ. ପୂର୍ଣ୍ଣ ପାତ୍ରଙ୍କ ଘରେ ରବିବାର ମଧ୍ୟାହ୍ନରେ ହଠାତ ନିଆଁ ଲାଗି ଯାଇଥିଲା। ସେତେବେଳେ ପରିବାର ଲୋକେ କେହି ଘରେ ନଥିଲେ। ସମସ୍ତେ ଦିନ ମଜୁରିଆ ହୋଇ ଥିବାରୁ କାମ କରିବା ପାଇଁ ବାହାରକୁ ଯାଇଥିଲେ। ଘରେ ନିଆଁ ଲାଗିଥିବା ଦେଖି ଗ୍ରାମବାସୀ ଦମକଳକୁ ଖବର ଦେଇଥିଲେ। ଖବର ପାଇ ଖଲ୍ଲିକୋଟ ଓ ରମ୍ଭା ରୁ ଦୁଇଟି ଅଗ୍ନିଶମ ବାହିନୀ ପହଂଚି ନିଆଁ କୁ ଆୟତ୍ତ କରିଥିଲେ।ସେତେବେଳକୁ ଘର ଭିତରେ ଥିବା ଧାନ, ଚାଉଳ, ଟଙ୍କା, ସୁନା, ଲୁଗାପଟା ସମେତ ସମସ୍ତ ଆସବାବ ପତ୍ର ନିଆଁ ରେ ଜଳି ପୋଡି ଛାରଖାର ହୋଇ ଯାଇଥିଲା।

 ଅଗ୍ନିକାଣ୍ଡର ଖବର ପାଇ ଖଲ୍ଲିକୋଟ ଅତିରିକ୍ତ ତହସିଲଦାର ଅଜୟ କୁମାର ସ୍ୱାଇଁ ଘଟଣା ସ୍ଥଳରେ ପହଂଚି କ୍ଷୟକ୍ଷତିର ଆକଳନ କରୁଛନ୍ତି। ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଥିବା ସମସ୍ତ ପରିବାର ଦିନ ମଜୁରିଆ ହୋଇଥିବା ରୁ ସେମାନଙ୍କୁ ସରକାରୀ ସାହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି।ତେବେ ବିଦ୍ୟୁତ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.