ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ମହଙ୍ଗା ପଡିଲା ନାଗ ସାପ ସହ ଖେଳ : ସାପ କାମୁଡାରେ ସାପ ଧରାଳି ମୃତ

ସୁବର୍ଣ୍ଣପୁର,୨୪।୬ : ମହଙ୍ଗା ପଡିଲା ବିଷଧର ନାଗ ସାପ ସହ ଖେଳ । ବିଷ ଧର ନାଗ ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ପରିସରରେ ଘଟିଛି ଏଭଳି ଏକ ଅଭାବନୀୟ ଅଘଟଣ । 

ଚମ୍ପାମଳ ଗାଁର ଜଣଙ୍କ ଘରୁ ଏକ ନାଗ ସାପ ବାହାରିଥିଲା।  ସାପ ଧରିବା ପାଇଁ ମେଣ୍ଡାମାଳ ଗାଁର ଗୌର କୁମ୍ଭାରକୁ ସେ ଖବର ଦେଇଥିଲେ । ଗୌର ସେଠାକୁ ଯାଇ ସାପକୁ ଉଦ୍ଧାର କରି ଏକ ପ୍ଲାଷ୍ଟିକ ଡବାରେ ଧରି କୌଣସି କାମରେ ଥାନାକୁ ଆସିଥିଲେ । ତେବେ ଥାନାରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସାମ୍ନା ରେ ସାପକୁ ଡବାରୁ ବାହାର କରି ଦେଖାଇଥିଲେ । ଦେଖି ସାରି ସାପକୁ ପୁଣି ଡବା ଭିତରେ ଭରିବା ସମୟରେ ଗୌରଙ୍କ ହାତରେ ଚୋଟ ମାରିଥିଲା ବିଷଧର ନାଗସାପ । ତୁରନ୍ତ ଗୌରଙ୍କୁ ପୋଲିସ ଭ୍ୟାନରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.