ପ୍ରମୂଖ ଖବର
  • ଉତ୍ତରାଖଣ୍ଡ: ପହଲଗାମ୍ ଆକ୍ରମଣ ପରେ ଉତ୍ତରାଖଣ୍ଡରେ ସୁରକ୍ଷା କଡ଼ାକଡ଼ି, ଭ୍ୟାଲି ଅଫ୍ ଫ୍ଲାୱାର୍ସରେ ଆତଙ୍କବାଦ ବିରୋଧୀ ଦଳ ମୁତୟନ
  • ||
  • ଗୁଜରାଟ: ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ଯାତ୍ରୀବାହୀ ବିମାନ ଦୁର୍ଘଟଣା, ପ୍ଲେନ୍‌ରେ ଥିଲେ ୨୪୨ ଯାତ୍ରୀ
  • ||
  • ରାଜଧାନୀରୁ ୩ ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଡ଼ବିଲ: ଯୋଡ଼ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କରୁ ଲୁଟ, ବନ୍ଧୁକ ମୁନରେ ୫ ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୧ ଲକ୍ଷ ଟଙ୍କା, ସୁନା ଅଳଙ୍କାର
  • ||
  • ରାଜ୍ୟ ସ୍ତରୀୟ 'ବିକାଶ ବାହନ'ର ଶୁଭାରମ୍ଭ, ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ନେଇ ଲୋକଙ୍କୁ କରିବ ସଚେତନ
  • ||
  • ନୂଆପଡ଼ାରେ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ
  • ||
  • କଟକ : ଜମି ବିବାଦକୁ କେନ୍ଦ୍ରକରି ଗଣ୍ଡଗୋଳ, ସମ୍ପର୍କୀୟ ଭାଇର କଟୁରୀ ଚୋଟରେ ବୃଦ୍ଧ ଗୁରୁତର
  • ||
  • ଛତିଶଗଡ଼ ସୁକମାରେ ଏନ୍‌କାଉଣ୍ଟ, ଯବନାଙ୍କ ଗୁଳିରେ ୨ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ୍ ଜାରି
  • ||
  • ଭଦ୍ରକ : ତିହିଡ଼ି ‘ଏୟୁ ସ୍ମଲ୍ ଫାଇନାନ୍ସ ବ୍ୟାଙ୍କ’ରୁ ଡକାୟତି ଅଭିଯୋଗ; ୭ଲକ୍ଷ ୫୨ ହଜାର ଟଙ୍କା ଚୋରି
  • ||
  • ଅନୁଗୁଳ : ୨ ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ , ଦୁଇ ଗୁରୁତର
  • ||
  • ଭୁବନେଶ୍ୱର-ଆବୁଧାବିକୁ ଡାଇରେକ୍ଟ ଫ୍ଲାଇଟ୍, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବାଲିପାଟଣାରେ ଗୋଷ୍ଠୀ ସଙ୍ଘର୍ଷ, ୫ ଆହତ
  • ||
  • ସୋରରେ ଆତଙ୍କରାଜ୍, ଡାକ୍ତରଙ୍କ ଘରେ ଡକାୟତି, ଲୁଟେରାଙ୍କ ଭୁଜାଲି ମାଡ଼ରେ ୨ ଗୁରୁତର
  • ||
  • ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ କ୍ଷତିପୂରଣ, ପରିବାରର ଜଣକୁ ନିଯୁକ୍ତି
  • ||
  • ଗୋ ଚାଲାଣରୁ ରକ୍ତପାତ ମାମଲା: ଜୀବନ ଯୁଦ୍ଧରେ ହାରିଗଲେ ସନ୍ତୋଷ, କଷଟି ଓ ତୁଳସୀପୁରରେ ପୁଲିସ ଛାଉଣି
  • ||
  • ଅଣସରରେ ଦାରୁବ୍ରହ୍ମ, ଶ୍ରୀମନ୍ଦିରରେ ପୂଜା ପାଉଛନ୍ତି ପଟିଦିଅଁ
  • ||
  • ଫେରିଲା ମୌସୁମୀ, ତାତିରେ ଲାଗିଲା ବ୍ରେକ୍: ୧୭ ଯାଏ ବର୍ଷା ସମ୍ଭାବନା, ୨ରୁ ୪ ଡିଗ୍ରୀ ଖସିବ ପାରଦ
  • ||

ଦିବ୍ୟ ଦେବସ୍ନାନ ପୂର୍ଣ୍ଣିମା; ସ୍ନାନବେଦୀରେ ବିଜେ କଲେ ଚତୁର୍ଦ୍ଧାମୂରତୀ, ଭକ୍ତମୟ ବଡ଼ଦାଣ୍ଡ

Published By : Ankita S | June 11, 2025 8:47 AM

ପୁରୀ,୧୧/୦୬: ମହାପ୍ରଭୁଙ୍କ ପବିତ୍ର ଦିବ୍ୟ, ଭବ୍ୟ ଦେବସ୍ନାନ ପୂର୍ଣ୍ଣିମା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ପହଣ୍ଡି ଲୀଳା କରି ସ୍ନାନବେଦୀରେ ବିଜେ କରିଛନ୍ତି ଭାଇଭଉଣୀ । ଗଜାନନ ବେଶରେ ଦର୍ଶନ ଦେବେ ତିନିଠାକୁର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ଜନସମୁଦ୍ର ହୋଇଛି ବଡଦାଣ୍ଡ । ଘଣ୍ଟନାଦରେ କମ୍ପୁଛି ଶ୍ରୀକ୍ଷେତ୍ର । ଭକ୍ତିମୟ, ଲୋକାରଣ୍ୟ ବଡ଼ଦାଣ୍ଡ । ଦିବ୍ୟ ସ୍ନାନ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି ।

ଝୁଲି ଝୁଲି ଆସିଲେ ତିନିଠାକୁର- ଭାବର ଠାକୁର ସେ ଜଗା ଯାଦୁଗର । ସେ ଇଚ୍ଛାମୟ ଠାକୁର । ନିଜ ଭାବନାରେ ବୁଡ଼ି ବୁଡ଼ି ଆଗକୁ ପାଦେ, ପଛକୁ ପାଦେ ଝୁଲି ଝୁଲି ସ୍ନାନବେଦୀ ବିଜେ କରିଛନ୍ତି କାଳିଆ ସୁନା । ପ୍ରଥମେ ବଳଭଦ୍ର, ପରେ ଭଉଣୀ ସୁଭଦ୍ରା ଓ ସୁଦର୍ଶନଙ୍କ ପରେ ସ୍ନାନବେଦୀରେ ବିଜେ କରିଛନ୍ତି କାଳିଆଠାକୁର ।

ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇଛି ଶିହରଣ । ରତ୍ନବେଦି ଛାଡ଼ି ଭାଇ, ଭଉଣୀଙ୍କ ସହ ସ୍ନାନବେଦୀରେ ଦର୍ଶନ ହୋଇଛନ୍ତି ମହାପ୍ରଭୁ । ଧନୀ, ଗରିବ, ତପୀ, ପାପୀ, ଜାତି ଅଜାତିର ବାଛ ବିଚାର ନାହିଁ । ପତିତର ଦୁଃଖ ନିବାରଣ ପାଇଁ ବାହୁ ପ୍ରସାରି ଭକ୍ତଙ୍କୁ କୋଳେଇ ନେଇଛନ୍ତି ଭାବଗ୍ରାହୀ । ଜଗତକର୍ତ୍ତାଙ୍କୁ ସ୍ନାନବେଦୀରେ ଭକ୍ତ ଦର୍ଶନ କରିଛନ୍ତି । ଠାକୁରେ ମଧ୍ୟ ସେମାନଙ୍କୁ ଅପଲକ ନୟନରେ ଅଭୟ ପ୍ରଦାନ କରିଛନ୍ତି । ଦାରୁବ୍ରହ୍ମଙ୍କୁ ୧୦୮ କଳସୀ ସୁନା କୂଅ ଜଳ ଲାଗି ହେବ । ବିଳମ୍ବିତ ରାତି ପର୍ଯ୍ୟନ୍ତ ଗଜାନନ ବେଶରେ ଠାକୁରଙ୍କୁ ଦର୍ଶନ କରି ଧନ୍ୟ ହେବେ ଭକ୍ତ । ମର୍ତ୍ତ୍ୟମଣ୍ଡଳରେ ମଣିମାଙ୍କ ଏହି ଦିବ୍ୟଲୀଳା ଦେଖି କୃତ୍ୟକୃତ୍ୟ ହୋଇଛନ୍ତି ଶ୍ରଦ୍ଧାଳୁ । ସନ୍ଧ୍ୟା ସାଢେ ୭ରୁ ସାହାଣମେଲା ଦର୍ଶନ କରିବେ ଭକ୍ତ ।

ଜନସମୁଦ୍ର ବଡ଼ଦାଣ୍ଡ- କାଳିଆକୁ ଟିକେ ଦେଖିବାକୁ ଶ୍ରୀକ୍ଷେତ୍ରକୁ ଧାଇଁ ଆସିଛି ଭକ୍ତ । ଦିବ୍ୟ ସ୍ନାନ ଦର୍ଶନ ପାଇଁ ଚାହିଁ ରହିଛନ୍ତି ଶ୍ରଦ୍ଧାଳୁ । ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ । ଘଣ୍ଟନାଦରେ କମ୍ପୁଛି ଶ୍ରୀକ୍ଷେତ୍ର । ଭକ୍ତିମୟ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ ।

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି- ଶ୍ରୀଜିଉଙ୍କ ସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି । ଏଆଇ ପୁରା ଶ୍ରୀକ୍ଷେତ୍ରକୁ ଜଗିଛି । ୭୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.