ପ୍ରମୂଖ ଖବର
  • ଜୁଲାଇ ୩ରୁ ସିପିଇଟି ପରୀକ୍ଷା, ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ
  • ||
  • ନନ୍ଦନକାନନରେ ଆଖି ବୁଜିଲା ନାଲି ବାଘୁଣୀ 'ସାରା', ବୟସାଧିକ କାରଣରୁ ମୃତ୍ୟୁ
  • ||
  • ଅଷ୍ଟାଦଶ ଲୋକସଭା ଅଧିବେଶନ, ସଂସଦରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ
  • ||
  • ଜୁଲାଇ ୯ରୁ ମାଟ୍ରିକ୍‌ ସାର୍ଟିଫିକେଟ୍‌ ବଣ୍ଟନ: ଜୁଲାଇ ୧୨ ରୁ ୨୨ ତାରିଖ ପର୍ଯ୍ୟନ୍ତ ତ୍ରୁଟି ସଂଶୋଧନ ପାଇଁ ଆବେଦନ
  • ||
  • ମାନହାନି ମାମଲା: ରାହୁଲଙ୍କୁ ଜୁଲାଇ ୨ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ
  • ||
  • ଟି-୨୦ ବିଶ୍ବକପ୍ ୨୦୨୪, ଆଫଗାନର ସ୍ବପ୍ନ ଧୂଳିସାତ,ଫାଇନାଲ୍ରେ ଦକ୍ଷିଣ. ଆଫ୍ରିକା
  • ||
  • ଟି-୨୦ ବିଶ୍ୱକପ୍ ସେମି ଟକ୍କର: ଇଂଲଣ୍ଡ- ଭାରତ ମହାମୁକାବିଲା, ବର୍ଷା ସାଜିପାରେ ଖଳନାୟକ
  • ||
  • ଅଣସର ଘରେ ଚାଲିଛି ଗୁପ୍ତ ଉପଚାର, ଆଜି ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରି ତେଲ
  • ||
  • ରାଜ୍ୟରେ ବଦଳିଲା ପାଗ: ୪ ଦିନ ଭଲ ବର୍ଷା,୨ ଦିନ ହେବ ପ୍ରବଳ ଛେଚିବ
  • ||

ଚତୁର୍ଦ୍ଧା ବିଗ୍ରହଙ୍କ ଜଳ ବିଜେ ନୀତି ଆରମ୍ଭ, ସ୍ଵର୍ଣ୍ଣକୂପ ଜଳରେ ସ୍ନାନ କରୁଛନ୍ତି ବଡ଼ ଠାକୁର

ପୁରୀ, ୨୨/୦୬ : ସ୍ନାନବେଦୀରେ ଚତୁର୍ଦ୍ଧା ବିଗ୍ରହଙ୍କ ଜଳ ବିଜେ ନୀତି ଆରମ୍ଭ। ଗରାବଡ଼ୁ ସେବକଙ୍କ ଦ୍ଵାରା ଜଳ ବିଜେ ନୀତି ଆରମ୍ଭ ହୋଇଛି। ସ୍ଵର୍ଣ୍ଣକୂପର ଜଳରେ ସ୍ନାନ କରୁଛନ୍ତି ବଡ଼ଠାକୁର। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ। ଏହାପରେ ଗଜାନନ ବେଶରେ ସୁସଜ୍ଜିତ ହେବେ ଦାରୁଦିଅଁ। 

ପ୍ରଭୁ ଶ୍ରୀଜଗନ୍ନାଥ ୩୫ ଗରା, ବଳଭଦ୍ର ୩୩ ଗରା, ସୁଭଦ୍ରା ୨୨ ଗରା, ଓ ସୁଦର୍ଶନ ୧୮ ଗରା ଜଳରେ ସ୍ନାନ କରିବେ। ୧୦୮ ଗରା ଜଳରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରିତ ହୋଇଛି। ଏହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହ୍ମଙ୍କୁ ସ୍ନାନ କରାଯାଉଛି। 

ଦେବସ୍ନାନ ପୂର୍ଣ୍ଣିମାର ପୂର୍ବଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିର ଦେବଯାନ ମାର୍ଗରେ ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଇଛି। ଏହି ସୁନା କୂଅ ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ। ଏହି କୂଅକୁ ବର୍ଷସାରା ସିଂହ ସୁରକ୍ଷିତ ରଖିଥାଏ। ବର୍ଷସାରା କୂଅର ଜଳ ବ୍ୟବହାର ହୁଏ ନାହିଁ। ତେଣୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ। ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥିବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ୧୩ଟି ପଦାର୍ଥ ମିଶ୍ରଣ କରାଯାଏ। ଯଜ୍ଞ ପରମ୍ପରାରେ ଏହି କୂଅକୁ ପ୍ରଣୀତାକୂପ କୁହାଯାଏ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.